ମନଃଶିଙ୍କ ବଂଶଧର

14ମନଃଶିଙ୍କର ପୁତ୍ରଗଣ; ଅସ୍ରୀୟେଲ ଏବଂ ମାଖୀର, ମନଃଶିଙ୍କର ଅରାମୀୟା ଉପପତ୍ନୀଠାରୁ ଜନ୍ମ ନେଲେ; ଏହି ମାଖୀର ଗିଲୀୟଦର ପିତା ଥିଲେ। 15ଏହି ମାଖୀର ହୁପ୍ପୀମ୍‍ ଓ ଶୁପ୍ପୀମ୍‍ ସମ୍ବନ୍ଧୀୟା ଏକ ସ୍ତ୍ରୀକୁ ବିବାହ କଲା, ସେମାନଙ୍କ ଭଗିନୀର ନାମ ମାଖା ଥିଲା; ଆଉ ଦ୍ୱିତୀୟର ନାମ ସଲ୍‍ଫାଦ୍‍ ଓ ସଲଫାଦର କନ୍ୟାମାନେ ଥିଲେ। 16ଆଉ ମାଖୀରର ଭାର୍ଯ୍ୟା ମାଖା ଏକ ପୁତ୍ର ପ୍ରସବ କରି ତାହାର ନାମ ପେରଶ ଦେଲା ଓ ତାହାର ଭ୍ରାତାର ନାମ ଶେରଶ ଥିଲା; ପୁଣି, ପେରଶର ପୁତ୍ର ଉଲମ୍‍ ଓ ରେକମ୍‍। 17ଉଲମ୍‍ର ପୁତ୍ରଗଣ, ବଦାନ। ଏମାନେ ମନଃଶିର ପୌତ୍ର ମାଖୀରର ପୁତ୍ର ଗିଲୀୟଦର ସନ୍ତାନ। 18ଆଉ ତାହାର ଭଗିନୀ ହମ୍ମୋଲେକତ୍‍, ଇଶ୍‍ହୋଦ, ଅବୀୟେଷର ଓ ମହଲାକୁ ପ୍ରସବ କଲା। 19ଆଉ ଶମୀଦାର ପୁତ୍ର ଅହୀୟନ୍‍, ଶେଖମ୍‍, ଲିକ୍‍ହି ଓ ଅନୀୟାମ୍‍।