ରାଜା ଶାଉଲଙ୍କ ପୂର୍ବପୁରୁଷ ଓ ପରବର୍ତ୍ତୀ ବଂଶଧର

35ଆଉ ଗିବୀୟୋନ୍‍ର ପିତା ଯିୟୀୟେଲ୍‍ ଗିବୀୟୋନ୍‍ରେ ବାସ କଲା, ତାହାର ଭାର୍ଯ୍ୟାର ନାମ ମାଖା; 36ତାହାର ପ୍ରଥମଜାତ ପୁତ୍ର ଅବ୍‍ଦୋନ୍‍, ତହୁଁ ସୂର୍‍, କୀଶ୍‍, ବାଲ୍‍, ନେର୍‍, ନାଦବ୍‍, 37ଗଦୋର, ଅହୀୟୋ, ଜିଖରୀୟ ଓ ମିକ୍ଲୋତ୍‍। 38ମିକ୍ଲୋତ୍‍ ଶିମୀୟାମକୁ ଜାତ କଲା। ଏମାନେ ମଧ୍ୟ ଆପଣା ଭ୍ରାତୃଗଣ ସମ୍ମୁଖରେ ଯିରୂଶାଲମରେ ଆପଣା ଭ୍ରାତୃଗଣ ସହିତ ବାସ କଲେ।

39ନେର୍‍ କୀଶ୍‍କୁ ଜାତ କଲା,

କୀଶ୍‍ ଶାଉଲଙ୍କୁ ଜାତ କଲା,

ଶାଉଲ ଯୋନାଥନ, ମଲ୍‍କୀଶୂୟ, ଅବୀନାଦବ ଓ ଇଶ୍‍ବାଲକୁ ଜାତ କଲେ।

40ପୁଣି, ମରୀବ୍ବାଲ୍‍ ଯୋନାଥନର ପୁତ୍ର ଥିଲା

ଓ ମରୀବ୍ବାଲ୍‍ ମୀଖାକୁ ଜାତ କଲା।

41ମୀଖାର ପୁତ୍ର ପିଥୋନ୍‍, ମେଲକ୍‍, ତହରେୟ ଓ ଆହସ୍‌।

42ଆହସ୍‌ ଯାରହକୁ ଜାତ କଲା,

ଯାରହ ଆଲେମତ୍‍, ଅସ୍ମାବତ୍‍ ଓ ସିମ୍ରିକୁ ଜାତ କଲା;

ସିମ୍ରି ମୋତ୍ସାକୁ ଜାତ କଲା

43ଓ ମୋତ୍ସା ବିନୀୟାକୁ ଜାତ କଲା;

ବିନୀୟାର ପୁତ୍ର ରଫାୟ,

ତାହାର ପୁତ୍ର ଇଲୀୟାସା,

ତାହାର ପୁତ୍ର ଆତ୍ସେଲ।

44ଆଉ ଆତ୍ସେଲର ଛଅ ପୁତ୍ର ଥିଲେ, ସେମାନଙ୍କ ନାମ ଏହି, ଅସ୍ରୀକାମ, ବୋଖରୁ, ଇଶ୍ମାୟେଲ, ଶିୟରୀୟ, ଓବଦୀୟ ଓ ହାନନ୍‍; ଏସମସ୍ତେ ଆତ୍ସେଲର ସନ୍ତାନ।