ଯିରୂଶାଲମରେ ଦାଉଦଙ୍କ କାର୍ଯ୍ୟ
1ଏଥିଉତ୍ତାରେ ସୋରର ରାଜା ହୂରମ୍ ଦାଉଦଙ୍କ ନିକଟକୁ ଦୂତଗଣ ଓ ତାଙ୍କ ପାଇଁ ଗୃହ ନିର୍ମାଣ କରିବାକୁ ଏରସ କାଷ୍ଠ ଓ ରାଜମିସ୍ତ୍ରୀ ଓ ବଢ଼େଇମାନଙ୍କୁ ପଠାଇଲା। 2ତହିଁରେ ସଦାପ୍ରଭୁ ଯେ ଦାଉଦଙ୍କୁ ଇସ୍ରାଏଲର ରାଜପଦରେ ସ୍ଥିର କଲେ, ଏହା ସେ ବୁଝିଲେ, କାରଣ ତାହାଙ୍କ ଲୋକ ଇସ୍ରାଏଲ ସକାଶୁ ତାଙ୍କର ରାଜ୍ୟ ଉନ୍ନତିପ୍ରାପ୍ତ ହୋଇଥିଲା।
3ପୁଣି, ଦାଉଦ ଯିରୂଶାଲମରେ ଆହୁରି ଭାର୍ଯ୍ୟା ଗ୍ରହଣ କଲେ; ତହିଁରେ ଦାଉଦଙ୍କର ଆହୁରି ପୁତ୍ରକନ୍ୟା ଜାତ ହେଲେ। 4ଯିରୂଶାଲମରେ ତାଙ୍କର ଯେଉଁ ଯେଉଁ ସନ୍ତାନ ଜନ୍ମିଲେ, ସେମାନଙ୍କର ନାମ; ଶମ୍ମୂୟ, ଶୋବବ୍, ନାଥନ, ଶଲୋମନ, 5ୟିଭର, ଇଲୀଶୂୟ, ଇଲ୍ପେଲଟ୍, 6ନୋଗହ, ନେଫଗ୍, ଯାଫୀୟ, 7ଇଲୀଶାମା, ବୀଲୀୟାଦା ଓ ଇଲୀଫେଲଟ୍।


