ଦାଉଦଙ୍କ ରବ୍ବା ଅଧିକାର
1ଏଥିଉତ୍ତାରେ ବର୍ଷର ପରିବର୍ତ୍ତନ ସମୟରେ ରାଜାମାନେ ଯୁଦ୍ଧକୁ ଯିବା ବେଳେ, ଯୋୟାବ ସୈନ୍ୟଦଳ ନେଇ ଅମ୍ମୋନ-ସନ୍ତାନଗଣର ଦେଶ ଉଚ୍ଛିନ୍ନ କଲା ଓ ରବ୍ବାକୁ ଯାଇ ତାହା ଅବରୋଧ କଲା। ମାତ୍ର, ଦାଉଦ ଯିରୂଶାଲମରେ ରହିଲେ। ଏଥିମଧ୍ୟରେ ଯୋୟାବ ରବ୍ବାକୁ ଆଘାତ କରି ଭୂମିସାତ୍ କଲା। 2ପୁଣି, ଦାଉଦ ସେମାନଙ୍କ ରାଜାର ମସ୍ତକରୁ ମୁକୁଟ କାଢ଼ି ନେଲେ, ଆଉ ଦେଖିଲେ ଯେ, ତାହା ଏକ ତାଳନ୍ତ ପରିମିତ ସ୍ୱର୍ଣ୍ଣ ଓ ତହିଁରେ ବହୁମୂଲ୍ୟ ପ୍ରସ୍ତରମାନ ଥିଲା। ପୁଣି, ତାହା ଦାଉଦଙ୍କର ମସ୍ତକରେ ଦିଆଗଲା; ଆଉ ସେ ସେହି ନଗରର ପ୍ରଚୁର ଲୁଟଦ୍ରବ୍ୟ ବାହାର କରି ଆଣିଲେ। 3ଆହୁରି, ସେ ତନ୍ମଧ୍ୟବର୍ତ୍ତୀ ଲୋକମାନଙ୍କୁ ବାହାର କରି ଆଣି କରତ ଓ ଲୁହାର ମଇ ଓ କୁହ୍ରାଡ଼ି ଦ୍ୱାରା ଛେଦନ କଲେ। ଏହି ପ୍ରକାରେ ଦାଉଦ ଅମ୍ମୋନ-ସନ୍ତାନଗଣର ସମୁଦାୟ ନଗର ପ୍ରତି କଲେ। ଏଉତ୍ତାରେ ଦାଉଦ ଓ ସମସ୍ତ ଲୋକ ଯିରୂଶାଲମକୁ ଫେରି ଆସିଲେ।


