ବାର୍ଷିକ ସାମରିକ ଦାୟିତ୍ୱ
1ଆପଣା ଆପଣା ସଂଖ୍ୟାନୁସାରେ ଇସ୍ରାଏଲ-ସନ୍ତାନଗଣ, ଅର୍ଥାତ୍, ପିତୃବଂଶର ପ୍ରଧାନମାନେ ଓ ସହସ୍ରପତିମାନେ ଓ ଶତପତିମାନେ ଓ ସେମାନଙ୍କର କାର୍ଯ୍ୟଶାସକମାନେ, ବର୍ଷର ସମୁଦାୟ ମାସରେ ମାସକୁ ମାସ ପାଳିର ଯେକୌଣସି ବିଷୟରେ ରାଜାଙ୍କର ସେବା କରିବାକୁ ଆସିଲେ ଓ ଗଲେ, ସେମାନଙ୍କ ପ୍ରତ୍ୟେକ ପାଳିରେ ଚବିଶ ହଜାର ଲୋକ ଥିଲେ।
2ପ୍ରଥମ ପାଳି ଉପରେ ପ୍ରଥମ ମାସ ନିମନ୍ତେ ସବ୍ଦୀୟେଲର ପୁତ୍ର ଯାଶ୍ବୀୟାମ୍ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ। 3ସେ ପେରସ ବଂଶୀୟ ଲୋକ, ପ୍ରଥମ ମାସ ପାଇଁ ନିଯୁକ୍ତ ସକଳ ସେନାପତିଙ୍କ ଉପରେ ପ୍ରଧାନ ଥିଲା।
4ଦ୍ୱିତୀୟ ମାସର ପାଳି ଉପରେ ଅହୋହୀୟ ଦୋଦୟ ଓ ତାହାର ଦଳୀୟ ଲୋକ ଥିଲେ; ମିକ୍ଲୋତ୍ ଶାସକ ଥିଲା ଓ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ। 5ତୃତୀୟ ମାସ ନିମନ୍ତେ ତୃତୀୟ ସେନାପତି ଯିହୋୟାଦା ଯାଜକର ପୁତ୍ର ବନାୟ ପ୍ରଧାନ ଥିଲା; ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ। 6ଏହି ବନାୟ ତିରିଶ ବୀରଙ୍କ ମଧ୍ୟରେ ଗଣିତ ଓ ସେହି ତିରିଶ ଜଣଙ୍କ ଉପରେ ପ୍ରଧାନ ଥିଲା; ଆଉ ତାହାର ପାଳିରେ ତାହାର ପୁତ୍ର ଅମ୍ମୀଷାବଦ୍ ଥିଲା।
7ଚତୁର୍ଥ ମାସ ପାଇଁ ଚତୁର୍ଥ ସେନାପତି ଯୋୟାବର ଭ୍ରାତା ଅସାହେଲ ଥିଲା ଓ ତାହା ଉତ୍ତାରେ ତାହାର ପୁତ୍ର ସବଦୀୟ; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ। 8ପଞ୍ଚମ ମାସ ନିମନ୍ତେ ପଞ୍ଚମ ସେନାପତି ଯିଷ୍ରାହୀୟ ଶମ୍ମୋତ୍ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ। 9ଷଷ୍ଠ ମାସ ନିମନ୍ତେ ଷଷ୍ଠ ସେନାପତି ତକୋୟୀୟ ଇକ୍କେଶର ପୁତ୍ର ଈରା ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ। 10ସପ୍ତମ ମାସ ନିମନ୍ତେ ସେନାପତି ଇଫ୍ରୟିମ-ବଂଶଜାତ ପଲୋନୀୟ ହେଲସ୍ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ। 11ଅଷ୍ଟମ ମାସ ନିମନ୍ତେ ଅଷ୍ଟମ ସେନାପତି ସେରହ-ବଂଶଜାତ ହୂଶାତୀୟ ସିବ୍ବଖୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ। 12ନବମ ମାସ ନିମନ୍ତେ ନବମ ସେନାପତି ବିନ୍ୟାମୀନ୍-ବଂଶଜାତ ଅନାଥୋତୀୟ ଅବୀୟେଷର ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ। 13ଦଶମ ମାସ ନିମନ୍ତେ ଦଶମ ସେନାପତି ସେରହ-ବଂଶଜାତ ନଟୋଫାତୀୟ ମହରୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ। 14ଏକାଦଶ ମାସ ନିମନ୍ତେ ଏକାଦଶ ସେନାପତି ଇଫ୍ରୟିମ-ବଂଶଜାତ ପିରୀୟାଥୋନୀୟ ବନାୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ। 15ଦ୍ୱାଦଶ ମାସ ନିମନ୍ତେ ଦ୍ୱାଦଶ ସେନାପତି ଅତ୍ନୀୟେଲ-ବଂଶଜାତ ନଟୋଫାତୀୟ ହିଲ୍ଦୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।


