ଇସ୍ରାଏଲ ଗୋଷ୍ଠୀବର୍ଗଙ୍କ ପ୍ରଶାସନ

16ଆହୁରି ଇସ୍ରାଏଲର ବଂଶାଧ୍ୟକ୍ଷଗଣ;

ରୁବେନୀୟମାନଙ୍କ ମଧ୍ୟରେ ସିଖ୍ରିର ପୁତ୍ର ଅଧ୍ୟକ୍ଷ ଇଲୀୟେଜର;

ଶିମୀୟୋନୀୟମାନଙ୍କ ମଧ୍ୟରେ ମାଖାର ପୁତ୍ର ଶଫଟୀୟ।

17ଲେବୀ-ବଂଶ ମଧ୍ୟରେ କମୂୟେଲର ପୁତ୍ର ହଶବୀୟ; ହାରୋଣ-ବଂଶ ମଧ୍ୟରେ ସାଦୋକ।

18ଯିହୁଦା ବଂଶ ମଧ୍ୟରେ ଦାଉଦଙ୍କର ଜଣେ ଭ୍ରାତା ଇଲୀହୂ;

ଇଷାଖର ବଂଶ ମଧ୍ୟରେ ମୀଖାୟେଲର ପୁତ୍ର ଅମ୍ରି।

19ସବୂଲୂନ ବଂଶ ମଧ୍ୟରେ ଓବଦୀୟର ପୁତ୍ର ଯିଶ୍ମୟୀୟ;

ନପ୍ତାଲି ବଂଶ ମଧ୍ୟରେ ଅସ୍ରୀୟେଲର ପୁତ୍ର ଯିରେମୋତ୍‍।

20ଇଫ୍ରୟିମ-ସନ୍ତାନଗଣ ମଧ୍ୟରେ ଅସସୀୟର ପୁତ୍ର ହୋଶେୟ;

ମନଃଶିର ଅର୍ଦ୍ଧ ବଂଶ ମଧ୍ୟରେ ପଦାୟର ପୁତ୍ର ଯୋୟେଲ।

21ଗିଲୀୟଦସ୍ଥ ମନଃଶିର ଅର୍ଦ୍ଧ ବଂଶ ମଧ୍ୟରେ ଜିଖରୀୟର ପୁତ୍ର ଇଦ୍ଦୋ;

ବିନ୍ୟାମୀନ୍ ବଂଶ ମଧ୍ୟରେ ଅବ୍‍ନରର ପୁତ୍ର ଯାସୀୟେଲ୍‍।

22ଦାନ୍ ବଂଶ ମଧ୍ୟରେ ଯିରୋହମର ପୁତ୍ର ଅସରେଲ୍‍;

ଏମାନେ ଇସ୍ରାଏଲର ବଂଶାଧ୍ୟକ୍ଷ ଥିଲେ। 23ମାତ୍ର ଦାଉଦ କୋଡ଼ିଏ ବର୍ଷ ଓ ତହିଁରୁ ନ୍ୟୂନ ବୟସ୍କ ଲୋକମାନଙ୍କର ସଂଖ୍ୟା ନେଲେ ନାହିଁ। କାରଣ ସଦାପ୍ରଭୁ ଆକାଶମଣ୍ଡଳର ତାରାଗଣ ତୁଲ୍ୟ ଇସ୍ରାଏଲକୁ ବହୁସଂଖ୍ୟକ କରିବେ ବୋଲି କହିଥିଲେ। 24ସରୁୟାର ପୁତ୍ର ଯୋୟାବ ଗଣନା କରିବାକୁ ଆରମ୍ଭ କରିଥିଲା, ମାତ୍ର ସମାପ୍ତ କଲା ନାହିଁ; କାରଣ, ସେହି ଗଣନା ସକାଶୁ ଇସ୍ରାଏଲ ଉପରେ କ୍ରୋଧ ଉପସ୍ଥିତ ହେଲା; ପୁଣି, ସେହି ସଂଖ୍ୟା ଦାଉଦ ରାଜାଙ୍କର ଇତିହାସ ପୁସ୍ତକରେ ଲେଖାଗଲା ନାହିଁ। 25ଆଉ, ଅଦୀୟେଲର ପୁତ୍ର ଅସ୍ମାବତ୍‍ ରାଜାଙ୍କ କୋଷାଧ୍ୟକ୍ଷ, ପୁଣି, ଉଷୀୟର ପୁତ୍ର ଯୋନାଥନ କ୍ଷେତ୍ର, ନଗର ଓ ଗ୍ରାମ ଓ ଦୁର୍ଗସ୍ଥିତ ଭଣ୍ଡାରସବୁର ଅଧ୍ୟକ୍ଷ ଥିଲା। 26ଆଉ କଲୂବର ପୁତ୍ର ଇଷ୍ରି କୃଷିକର୍ମକାରୀମାନଙ୍କର ଅଧ୍ୟକ୍ଷ ଥିଲା। 27ରାମାଥୀୟ ଶିମୀୟି ଦ୍ରାକ୍ଷାକ୍ଷେତ୍ରସକଳର ଅଧ୍ୟକ୍ଷ ଓ ଶିଫ୍‍ମୀୟ ସବ୍‍ଦି ଦ୍ରାକ୍ଷାକ୍ଷେତ୍ରୋତ୍ପନ୍ନ ଦ୍ରାକ୍ଷାରସ-ଭଣ୍ଡାରର ଅଧ୍ୟକ୍ଷ ଥିଲା। 28ପୁଣି, ଗାଦେରୀୟ ବାଲ୍‍ହାନନ୍‍ ତଳଭୂମିସ୍ଥିତ ଜୀତବୃକ୍ଷ ଓ ଡିମ୍ବିରି ବୃକ୍ଷସବୁର ଅଧ୍ୟକ୍ଷ ଓ ଯୋୟାଶ୍‍ ତୈଳ-ଭଣ୍ଡାରର ଅଧ୍ୟକ୍ଷ ଥିଲା। 29ଆଉ ଶାରୋଣୀୟ ସିଟ୍ରୟ ଶାରୋଣରେ ଚରିବା ପଶୁପଲର ଅଧ୍ୟକ୍ଷ; ପୁଣି, ଅଦ୍‍ଲୟର ପୁତ୍ର ଶାଫଟ୍‍ ସବୁ ଉପତ୍ୟକାସ୍ଥିତ ପଶୁପଲର ଅଧ୍ୟକ୍ଷ ଥିଲା। 30ଇଶ୍ମାୟେଲୀୟ ଓବୀଲ୍‍ ଉଷ୍ଟ୍ରଗଣର ଅଧ୍ୟକ୍ଷ ଓ ମେରୋଣୋଥୀୟ ଯେହଦୀୟ ଗର୍ଦ୍ଦଭୀଗଣର ଅଧ୍ୟକ୍ଷ ଥିଲା। 31ହାଗରୀୟ ଯାଷୀଷ୍‍ ସବୁ ମେଷପଲର ଅଧ୍ୟକ୍ଷ ଥିଲା; ଏସମସ୍ତେ ଦାଉଦ ରାଜାଙ୍କର ସମ୍ପତ୍ତିର ଅଧ୍ୟକ୍ଷ ଥିଲେ।