ଦାଉଦଙ୍କ ବ୍ୟକ୍ତିଗତ ପରାମର୍ଶଦାତାଗଣ

32ଆହୁରି ଦାଉଦଙ୍କର ପିତୃବ୍ୟ ଯୋନାଥନ ମନ୍ତ୍ରୀ ଥିଲା, ସେ ବିଜ୍ଞ ଓ ଲେଖକ। ଆଉ ହକ୍‍ମୋନୀୟର ପୁତ୍ର ଯିହୀୟେଲ ରାଜପୁତ୍ରମାନଙ୍କର ସଙ୍ଗୀ ଥିଲା। 33ଅହୀଥୋଫଲ ରାଜମନ୍ତ୍ରୀ ଓ ଅର୍କୀୟ ହୂଶୟ ରାଜମିତ୍ର ଥିଲା। 34ଆଉ ଅହୀଥୋଫଲ ଉତ୍ତାରେ ବନାୟର ପୁତ୍ର ଯିହୋୟାଦା ଓ ଅବୀୟାଥର ଥିଲେ; ପୁଣି, ଯୋୟାବ ରାଜାଙ୍କ ସୈନ୍ୟର ଅଧିପତି ଥିଲା।