ଦାଉଦଙ୍କର ରାଜତ୍ଵର ସଂକ୍ଷିପ୍ତ ବର୍ଣ୍ଣନା
27ଇସ୍ରାଏଲ ଉପରେ ତାଙ୍କର ରାଜତ୍ଵର ସମୟ ଚାଳିଶ ବର୍ଷ; ସେ ସାତ ବର୍ଷ ହିବ୍ରୋଣରେ ଓ ତେତିଶ ବର୍ଷ ଯିରୂଶାଲମରେ ରାଜ୍ୟ କଲେ। 28ତହିଁ ଉତ୍ତାରେ ସେ ଆୟୁଷ, ଧନ ଓ ସମ୍ଭ୍ରମରେ ପରିପୂର୍ଣ୍ଣ ହୋଇ ଉତ୍ତମ ବୃଦ୍ଧାବସ୍ଥାରେ ମଲେ; ପୁଣି, ତାଙ୍କ ପୁତ୍ର ଶଲୋମନ ତାଙ୍କ ପଦରେ ରାଜ୍ୟ କଲେ। 29ଏହି ଦାଉଦ ରାଜାଙ୍କର ପ୍ରଥମ ଓ ଶେଷ କ୍ରିୟାସବୁ, ଦେଖ, ଶାମୁୟେଲ ଦର୍ଶକର ଇତିହାସରେ ଓ ନାଥନ ଭବିଷ୍ୟଦ୍ବକ୍ତାଙ୍କର ଇତିହାସରେ ଓ ଗାଦ୍ ଦର୍ଶକର ଇତିହାସରେ ଲିଖିତ ଅଛି; 30ତହିଁ ସଙ୍ଗେ ତାଙ୍କର ରାଜ୍ୟ ଶାସନ ଓ ତାଙ୍କର ପରାକ୍ରମ, ପୁଣି, ତାଙ୍କ ଉପରେ ଓ ଇସ୍ରାଏଲ ଉପରେ ଓ ନାନା ଦେଶୀୟ ସମସ୍ତ ରାଜ୍ୟ ଉପରେ ଯାହା ଯାହା ଘଟିଲା, ସେସବୁର ବିବରଣ ଲେଖାଅଛି।


