ହୂରମ୍ଙ୍କ ଶିଳ୍ପକାର୍ଯ୍ୟ
13ଏଥିଉତ୍ତାରେ ଶଲୋମନ ରାଜା ଲୋକ ପଠାଇ ହୂରମ୍କୁ ସୋରରୁ ଅଣାଇଲେ। 14ସେ ନପ୍ତାଲି-ବଂଶୀୟ ଏକ ବିଧବା ସ୍ତ୍ରୀର ପୁତ୍ର, ତାହାର ପିତା ସୋର ନଗରସ୍ଥ ଏକ କାଂସ୍ୟକାର ଥିଲା; ପୁଣି, ସେ ପିତ୍ତଳର ସମସ୍ତ କାର୍ଯ୍ୟ କରିବାକୁ ଜ୍ଞାନ ଓ ବୁଦ୍ଧି ଓ ବିଦ୍ୟାରେ ପରିପୂର୍ଣ୍ଣ ଥିଲା। ପୁଣି, ସେ ଶଲୋମନ ରାଜାଙ୍କ ନିକଟକୁ ଆସି ତାଙ୍କର ସମସ୍ତ କାର୍ଯ୍ୟ କଲା।


