ଶଲୋମନଙ୍କ ମୃତ୍ୟୁୁ
41ଶଲୋମନଙ୍କର ଅବଶିଷ୍ଟ ବିଷୟ ଓ ତାଙ୍କର ସମସ୍ତ କୃତ କର୍ମ ଓ ତାଙ୍କର ଜ୍ଞାନ କି ଶଲୋମନ ବିଷୟକ ପୁସ୍ତକରେ ଲିଖିତ ହୋଇ ନାହିଁ? 42ଶଲୋମନ ଚାଳିଶ ବର୍ଷ ପର୍ଯ୍ୟନ୍ତ ଯିରୂଶାଲମରେ ସମୁଦାୟ ଇସ୍ରାଏଲ ଉପରେ ରାଜ୍ୟ କଲେ। 43ତହିଁ ଉତ୍ତାରେ ଶଲୋମନ ମୃତ୍ୟୁବରଣ କଲେ ପୁଣି ଆପଣା ପିତୃଲୋକଙ୍କର ସହିତ ଆପଣା ପିତା ଦାଉଦ-ନଗରରେ କବର ପାଇଲେ; ତହୁଁ ତାଙ୍କ ପୁତ୍ର ରିହବୀୟାମ ତାଙ୍କର ପଦରେ ରାଜ୍ୟ କଲେ।


