ଦାଉଦଙ୍କ ମୃତ୍ୟୁୁ
10ଏଥିଉତ୍ତାରେ ଦାଉଦ ଆପଣା ପିତୃଲୋକଙ୍କ ସହିତ ଶୟନ କଲେ ଓ ଦାଉଦ-ନଗରରେ କବର ପାଇଲେ। 11ଦାଉଦ ଇସ୍ରାଏଲ ଉପରେ ଚାଳିଶ ବର୍ଷ ରାଜ୍ୟ କଲେ; ସେ ସାତ ବର୍ଷ ହିବ୍ରୋଣରେ ରାଜ୍ୟ କଲେ ଓ ତେତିଶ ବର୍ଷ ଯିରୂଶାଲମରେ ରାଜ୍ୟ କଲେ। 12ଏଥିଉତ୍ତାରେ ଶଲୋମନ ଆପଣାର ପିତା ଦାଉଦଙ୍କର ସିଂହାସନରେ ଉପବିଷ୍ଟ ହେଲେ ଓ ତାଙ୍କର ରାଜ୍ୟ ଅତିଶୟ ଦୃଢ଼ ହେଲା।


