ଇସ୍ରାଏଲ ରାଜା ଅହସୀୟ

51ଯିହୁଦାର ରାଜା ଯିହୋଶାଫଟ୍‍ଙ୍କ ରାଜତ୍ଵର ସତର ବର୍ଷରେ ଆହାବଙ୍କର ପୁତ୍ର ଅହସୀୟ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କଲେ ଓ ସେ ଇସ୍ରାଏଲ ଉପରେ ଦୁଇ ବର୍ଷ ରାଜ୍ୟ କଲେ। 52ଆଉ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଓ ସେ ଆପଣା ପିତାଙ୍କର ପଥରେ ଓ ଆପଣା ମାତାର ପଥରେ ଓ ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପଥରେ ଚାଲିଲେ। 53ପୁଣି, ସେ ଆପଣା ପିତାଙ୍କର ସମସ୍ତ କ୍ରିୟାନୁସାରେ ବାଲ୍‍ର ସେବା ଓ ପୂଜା କଲେ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ବିରକ୍ତ କଲେ।