ଅଭିବାଦନ
1ପିତର, ଯୀଶୁ ଖ୍ରୀଷ୍ଟଙ୍କର ଜଣେ ପ୍ରେରିତ, ପନ୍ତ, ଗାଲାତୀୟ, କାପ୍ପାଦକିଆ, ଏସିଆ ଓ ବୀଥୂନିଆ ଅଞ୍ଚଳଗୁଡ଼ିକରେ ଛିନ୍ନଭିନ୍ନ ଯେଉଁ ପ୍ରବାସୀମାନେ, 2ପିତା ଈଶ୍ବରଙ୍କ ପୂର୍ବ ଜ୍ଞାନାନୁସାରେ ଆତ୍ମାଙ୍କ ଦ୍ୱାରା ପବିତ୍ରୀକୃତ ହୋଇ ଆଜ୍ଞାବହ, ପୁଣି, ଯୀଶୁ ଖ୍ରୀଷ୍ଟଙ୍କର ରକ୍ତରେ ସିଞ୍ଚିତ ହେବା ନିମନ୍ତେ ମନୋନୀତ ହୋଇଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି। ତୁମ୍ଭମାନଙ୍କ ପ୍ରତି ପ୍ରଚୁର ରୂପେ ଅନୁଗ୍ରହ ଓ ଶାନ୍ତି ହେଉ।


