ଅଧିକାରୀମାନଙ୍କର ବଶୀଭୂତ ହେବା
13ପ୍ରଭୁଙ୍କ ସକାଶେ ସମସ୍ତେ ମାନବୀୟ ବିଧାନର ବଶୀଭୂତ ହୁଅ, 14ସର୍ବପ୍ରଧାନ ରାଜା ହେଉନ୍ତୁ କିଅବା ଦୁଷ୍କର୍ମକାରୀମାନଙ୍କୁ ପ୍ରତିଫଳ ଦେବା ନିମନ୍ତେ ଓ ସତ୍କର୍ମକାରୀମାନଙ୍କୁ ପ୍ରଶଂସା କରିବା ନିମନ୍ତେ ତାହାଙ୍କ ଦ୍ୱାରା ପ୍ରେରିତ ଶାସନକର୍ତ୍ତାମାନେ ହେଉନ୍ତୁ, ସେମାନଙ୍କର ବଶୀଭୂତ ହୁଅ। 15କାରଣ ତୁମ୍ଭେମାନେ ଯେ ସତ୍କର୍ମ କରି ନିର୍ବୋଧମାନଙ୍କ ଅଜ୍ଞାନର କଥା ବନ୍ଦ କର, ଏହା ଈଶ୍ବରଙ୍କ ଇଚ୍ଛା; 16ତୁମ୍ଭେମାନେ ସ୍ୱାଧୀନ ହେଲେ ହେଁ ତୁମ୍ଭମାନଙ୍କର ସ୍ୱାଧୀନତାକୁ ଦୁଷ୍ଟତାର ଆବରଣ ସ୍ୱରୂପେ ବ୍ୟବହାର ନ କରି ବରଂ ଈଶ୍ବରଙ୍କ ଦାସ ହୋଇ ସତ୍କର୍ମ କର। 17ସମସ୍ତଙ୍କୁ ସମାଦର କର, ଭାଇମାନଙ୍କୁ ପ୍ରେମ କର, ଈଶ୍ବରଙ୍କୁ ଭୟ କର, ରାଜାଙ୍କୁ ସମାଦର କର।


