ଦୋଷୀକୁ କ୍ଷମା

5କିନ୍ତୁ ଯଦି କେହି ଦୁଃଖ ଦେଇଅଛି, ସେ ମୋତେ ଦୁଃଖ ଦେଇ ନାହିଁ, ମାତ୍ର କେତେକ ପରିମାଣରେ (ମୁଁ ଅଧିକ କଠିନ ହେବାକୁ ଇଚ୍ଛା କରୁ ନାହିଁ) ତୁମ୍ଭ ସମସ୍ତଙ୍କୁ ଦୁଃଖ ଦେଇଅଛି। 6ଅଧିକାଂଶଙ୍କ ଦ୍ୱାରା ଏପରି ଲୋକ ଯେଉଁ ଶାସ୍ତି ପାଇଅଛି, ତାହା ପକ୍ଷରେ ତାହା ଯଥେଷ୍ଟ; 7ଏଣୁ କାଳେ ଏପରି ଲୋକ ଅତିରିକ୍ତ ଦୁଃଖରେ ବୁଡ଼ିଯାଏ, ଏଥିପାଇଁ ତୁମ୍ଭେମାନେ ତାହାକୁ ବରଂ କ୍ଷମା କର ଓ ସାନ୍ତ୍ୱନା ଦିଅ। 8ଅତଏବ, ତାହା ପ୍ରତି ପ୍ରେମ ବ୍ୟବହାର ସ୍ଥାପନ କରିବାକୁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି। 9କାରଣ ତୁମ୍ଭେମାନେ ସମସ୍ତ ବିଷୟରେ ଯେ ବାଧ୍ୟ ଅଟ, ତୁମ୍ଭମାନଙ୍କ ବିଷୟରେ ସେଥିର ପ୍ରମାଣ ଯେପରି ମୁଁ ପାଏ, ଏହି ଉଦ୍ଦେଶ୍ୟରେ ମଧ୍ୟ ଲେଖିଥିଲି। 10କିନ୍ତୁ ତୁମ୍ଭେମାନେ ଯାହାର କିଛି କ୍ଷମା କର, ମୁଁ ମଧ୍ୟ ତାହାକୁ କ୍ଷମା କରେ; କାରଣ ମୁଁ ଯଦି କିଛି କ୍ଷମା କରିଅଛି, ତେବେ ଯାହା କ୍ଷମା କରିଅଛି, ତାହା ଖ୍ରୀଷ୍ଟଙ୍କ ସାକ୍ଷାତରେ ତୁମ୍ଭମାନଙ୍କ ସକାଶେ କ୍ଷମା କରିଅଛି, 11ଯେପରି ଶୟତାନ ଆମ୍ଭମାନଙ୍କର ଅପକାର କରିବାକୁ ସୁଯୋଗପ୍ରାପ୍ତ ନ ହୁଏ। କାରଣ ଆମ୍ଭେମାନେ ତାହାର ସମସ୍ତ ଦୁଷ୍ଟ କଳ୍ପନା ସମ୍ବନ୍ଧରେ ଅଜ୍ଞ ନୋହୁଁ।