ଖ୍ରୀଷ୍ଟଙ୍କ ଦ୍ୱାରା ବିଜୟ

12ପୁଣି, ଖ୍ରୀଷ୍ଟଙ୍କ ସୁସମାଚାର ପ୍ରଚାର କରିବା ପାଇଁ ମୁଁ ତ୍ରୋୟାକୁ ଆସିଲା ଉତ୍ତାରେ ପ୍ରଭୁଙ୍କ କାର୍ଯ୍ୟ ନିମନ୍ତେ ସୁଯୋଗରୂପ ଦ୍ୱାର ମୁକ୍ତ ହେଲେ ହେଁ, 13ମୋହର ଭାଇ ତୀତସଙ୍କୁ ନ ଦେଖି ଆତ୍ମାରେ ଶାନ୍ତି ନ ପାଇବାରୁ ସେମାନଙ୍କଠାରୁ ବିଦାୟ ଘେନି ମାକିଦନିଆକୁ ପ୍ରସ୍ଥାନ କଲି। 14କିନ୍ତୁ ଈଶ୍ବରଙ୍କର ଧନ୍ୟବାଦ ହେଉ, ସେ ସବୁବେଳେ ଆମ୍ଭମାନଙ୍କୁ ଘେନି ଖ୍ରୀଷ୍ଟଙ୍କଠାରେ ବିଜୟ ଯାତ୍ରା କରୁଅଛନ୍ତି, ଆଉ ସବୁ ସ୍ଥାନରେ ତାହାଙ୍କ ଜ୍ଞାନରୂପ ସୁବାସ ଆମ୍ଭମାନଙ୍କ ଦ୍ୱାରା ପ୍ରକାଶ କରୁଅଛନ୍ତି, 15କାରଣ ପରିତ୍ରାଣ ପାଉଥିବା ଓ ବିନାଶ ହେଉଥିବା ଲୋକମାନଙ୍କ ମଧ୍ୟରେ ଆମ୍ଭେମାନେ ଈଶ୍ବରଙ୍କ ଦୃଷ୍ଟିରେ ଖ୍ରୀଷ୍ଟଙ୍କର ସୁଗନ୍ଧ ସ୍ୱରୂପ, 16ଏକ ପକ୍ଷର ଲୋକଙ୍କ ପ୍ରତି ମୃତ୍ୟୁଦାୟକ ଓ ଅନ୍ୟ ପକ୍ଷରେ ଲୋକଙ୍କ ପ୍ରତି ଜୀବନଦାୟକ ସୁବାସ ସ୍ୱରୂପ। ଆଉ ଏହି ସମସ୍ତ ନିମନ୍ତେ କିଏ ସମର୍ଥ? 17ସେହି ଅନେକ ଲୋକ ଯେପରି ଈଶ୍ବରଙ୍କ ବାକ୍ୟ ବିକୃତ କରନ୍ତି, ଆମ୍ଭେମାନେ ତ ସେମାନଙ୍କ ପରି କରୁ ନାହୁଁ, କିନ୍ତୁ ସରଳ ଭାବରେ ଈଶ୍ବରଙ୍କ ଆଦେଶକ୍ରମେ ତାହାଙ୍କ ସାକ୍ଷାତରେ ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଥାଇ କଥା କହୁଅଛୁ।