ଧନ୍ୟବାଦ ଜ୍ଞାପନ

3ହେ ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ଈଶ୍ବରଙ୍କୁ ସର୍ବଦା ଧନ୍ୟବାଦ ଦେବା ଆମ୍ଭମାନଙ୍କ କର୍ତ୍ତବ୍ୟ, ଆଉ ତାହା ଉପଯୁକ୍ତ ଅଟେ। କାରଣ ତୁମ୍ଭମାନଙ୍କ ବିଶ୍ୱାସ ଅତିଶୟ ବୃଦ୍ଧି ପାଉଅଛି, ପୁଣି, ପରସ୍ପର ପ୍ରତି ତୁମ୍ଭ ସମସ୍ତଙ୍କ ପ୍ରତ୍ୟେକର ପ୍ରେମ ବଢ଼ୁଅଛି, 4ଏପରିକି ତୁମ୍ଭେମାନେ ଯେଉଁ ସମସ୍ତ ତାଡ଼ନା ଓ କଷ୍ଟ ଭୋଗୁଅଛ, ସେଥିମଧ୍ୟରେ ତୁମ୍ଭମାନଙ୍କର ସହିଷ୍ଣୁତା ଓ ବିଶ୍ୱାସ ନିମନ୍ତେ ଆମ୍ଭେମାନେ ନିଜେ ଈଶ୍ବରଙ୍କ ମଣ୍ଡଳୀ-ସମୂହରେ ତୁମ୍ଭମାନଙ୍କ ବିଷୟରେ ଗର୍ବ କରିଥାଉ।