ଅଲୌକିକ ଆଶ୍ଚର୍ଯ୍ୟକର୍ମ

12ପ୍ରେରିତମାନଙ୍କ ହସ୍ତ ଦ୍ୱାରା ଲୋକମାନଙ୍କ ମଧ୍ୟରେ ଅନେକ ଅନେକ ଲକ୍ଷଣ ଓ ଅଦ୍ଭୁତ କର୍ମ ସାଧିତ ହେବାକୁ ଲାଗିଲା, ଆଉ ସମସ୍ତ ମଣ୍ଡଳୀ ଏକଚିତ୍ତରେ ଶଲୋମନଙ୍କ ମଣ୍ଡପରେ ଉପସ୍ଥିତ ହେଉଥିଲେ, 13କିନ୍ତୁ ଅନ୍ୟ ଲୋକମାନଙ୍କ ମଧ୍ୟରୁ କେହିହେଲେ ସେମାନଙ୍କ ସହିତ ଯୋଗ ଦେବାକୁ ସାହସ କରୁ ନ ଥିଲେ; ତଥାପି ଲୋକମାନେ ସେମାନଙ୍କର ପ୍ରଶଂସା କରୁଥିଲେ, 14ପୁଣି, ଆହୁରି ଅଧିକ ଅନେକ ପୁରୁଷ ଓ ସ୍ତ୍ରୀ ବିଶ୍ୱାସ କରି ପ୍ରଭୁଙ୍କ ସହିତ ସଂଯୁକ୍ତ ହେବାକୁ ଲାଗିଲେ, 15ଏପରିକି, ପିତର ଆସିବା ସମୟରେ ଅନ୍ତତଃ ତାହାଙ୍କ ଛାୟା ଯେପରି ରୋଗୀମାନଙ୍କ ମଧ୍ୟରୁ କାହାରି କାହାରି ଉପରେ ପଡ଼େ, ଏଥିନିମନ୍ତେ ଲୋକମାନେ ସେମାନଙ୍କୁ ଦାଣ୍ଡକୁ ବୋହିନେଇ ଆସି ଶେଯ ଓ ଖଟିଆରେ ରଖିଦେଉଥିଲେ। 16ଯିରୂଶାଲମ ସହରର ଚତୁର୍ଦ୍ଦିଗସ୍ଥ ନଗରସମୂହରୁ ଲୋକସମୂହ ମଧ୍ୟ ରୋଗୀମାନଙ୍କୁ ଓ ଅଶୁଚି ଆତ୍ମା ଦ୍ୱାରା ଆକ୍ରାନ୍ତ ଲୋକମାନଙ୍କୁ ଆଣି ଏକତ୍ର ହେଉଥିଲେ, ଆଉ ସେମାନେ ସମସ୍ତେ ସୁସ୍ଥ ହେଲେ।