ପ୍ରସ୍ତରାଘାତରେ ସ୍ତିଫାନଙ୍କ ମୃତ୍ୟୁ

54ଏହି ସମସ୍ତ କଥା ଶୁଣି ସେମାନେ ଅତିଶୟ ରାଗିଗଲେ, ପୁଣି, ତାହାଙ୍କ ପ୍ରତି ଦାନ୍ତ କଡ଼ମଡ଼ କରିବାକୁ ଲାଗିଲେ। 55କିନ୍ତୁ ସେ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ସ୍ୱର୍ଗ ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁଲେ, ଆଉ ଈଶ୍ବରଙ୍କ ମହିମା ଓ ଯୀଶୁଙ୍କୁ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିବା ଦେଖି କହିଲେ, 56“ଦେଖନ୍ତୁ, ମୁଁ ସ୍ୱର୍ଗକୁ ଖୋଲା ହୋଇଥିବା ଓ ମନୁଷ୍ୟପୁତ୍ରଙ୍କୁ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିବା ଦେଖୁଅଛି।” 57କିନ୍ତୁ ସେମାନେ ଉଚ୍ଚସ୍ୱରରେ ଚିତ୍କାର କରି ଆପଣା ଆପଣା କର୍ଣ୍ଣ ବନ୍ଦ କଲେ, ଆଉ ଏକସଙ୍ଗରେ ତାହାଙ୍କ ଉପରେ ମାଡ଼ିପଡ଼ିଲେ, 58ପୁଣି, ସେମାନେ ତାହାଙ୍କୁ ନଗରରୁ ବାହାର କରିଦେଇ ପଥର ଫୋପାଡ଼ି ମାରିବାକୁ ଲାଗିଲେ; ଆଉ, ସାକ୍ଷୀମାନେ ଶାଉଲ ନାମକ ଜଣେ ଯୁବକଙ୍କ ପାଦ ପାଖରେ ଆପଣା ଆପଣା ବସ୍ତ୍ର ରଖିଲେ। 59ଯେତେବେଳେ ସେମାନେ ସ୍ତିଫାନଙ୍କୁ ପଥର ଫୋପାଡ଼ି ମାରୁଥିଲେ, ସେତେବେଳେ ସେ ପ୍ରାର୍ଥନା କରି କହିଲେ, “ହେ ପ୍ରଭୁ ଯୀଶୁ, ମୋହର ଆତ୍ମା ଗ୍ରହଣ କର।” 60ପୁଣି, ସେ ଆଣ୍ଠୋଇପଡ଼ି ଉଚ୍ଚସ୍ୱରରେ ଡାକି କହିଲେ, ହେ ପ୍ରଭୁ, ଏହି ପାପ ଏମାନଙ୍କ ବିରୁଦ୍ଧରେ ଗଣନା କର ନାହିଁ। ସେ ଏହା କହି ମହାନିଦ୍ରା ପ୍ରାପ୍ତ ହେଲେ।