ପାଉଲଙ୍କ ଦ୍ୱାରା ଅଣଯିହୁଦୀମାନଙ୍କ ନିକଟରେ ପ୍ରଚାର କାର୍ଯ୍ୟ ଆରମ୍ଭ
44ପୁଣି, ପରବର୍ତ୍ତୀ ବିଶ୍ରାମବାର ଦିନରେ ପ୍ରାୟ ସମସ୍ତ ନଗରବାସୀ ଈଶ୍ବରଙ୍କ ବାକ୍ୟ ଶୁଣିବା ନିମନ୍ତେ ଏକତ୍ରିତ ହେଲେ। 45କିନ୍ତୁ ଯିହୁଦୀମାନେ ଲୋକସମୂହଙ୍କୁ ଦେଖି ଈର୍ଷାରେ ପୂର୍ଣ୍ଣ ହେଲେ, ପୁଣି, ନିନ୍ଦା କରୁ କରୁ ପାଉଲଙ୍କ କଥାରେ ପ୍ରତିବାଦ କରିବାକୁ ଲାଗିଲେ। 46ସେଥିରେ ପାଉଲ ଓ ବର୍ଣ୍ଣବ୍ବା ସାହସପୂର୍ବକ କହିଲେ, ପ୍ରଥମରେ ଆପଣମାନଙ୍କ ନିକଟରେ ଈଶ୍ବରଙ୍କ ବାକ୍ୟ କୁହାଯିବା ଆବଶ୍ୟକ ଥିଲା; ଆପଣମାନେ ତାହା ଅଗ୍ରାହ୍ୟ କରି ଆପଣା ଆପଣାକୁ ଅନନ୍ତ ଜୀବନର ଅଯୋଗ୍ୟ ବୋଲି ବିଚାର କରୁଥିବାରୁ, ଦେଖନ୍ତୁ, ଆମ୍ଭେମାନେ ଅଣଯିହୁଦୀମାନଙ୍କ ନିକଟକୁ ଯାଉଅଛୁ, 47କାରଣ ପ୍ରଭୁ ଆମ୍ଭମାନଙ୍କୁ ଏହି ପ୍ରକାର ଆଜ୍ଞା ଦେଇଅଛନ୍ତି,
“‘ଆମ୍ଭେ ତୁମ୍ଭକୁ ଅଣଯିହୁଦୀମାନଙ୍କ ନିମନ୍ତେ ଆଲୋକସ୍ୱରୂପେ ସ୍ଥାପନ କରିଅଛୁ,
ଯେପରି ତୁମ୍ଭେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ପରିତ୍ରାଣ ଆଣିବ।’”
48ଅଣଯିହୁଦୀମାନେ ଏହା ଶୁଣି ଆନନ୍ଦିତ ହେଲେ ଆଉ ଈଶ୍ବରଙ୍କ ବାକ୍ୟର ଗୌରବ କରିବାକୁ ଲାଗିଲେ, ପୁଣି, ଯେତେ ଲୋକ ଅନନ୍ତ ଜୀବନ ନିମନ୍ତେ ନିରୂପିତ ହୋଇଥିଲେ, ସେମାନେ ବିଶ୍ୱାସ କଲେ, 49ଆଉ ସମୁଦାୟ ଅଞ୍ଚଳରେ ପ୍ରଭୁଙ୍କର ବାକ୍ୟ ବ୍ୟାପିଗଲା। 50କିନ୍ତୁ ଯିହୁଦୀମତାବଲମ୍ବୀ ଅଣଯିହୁଦୀ ପ୍ରମୁଖ ମହିଳାମାନଙ୍କୁ ଓ ନଗରର ପ୍ରଧାନ ପ୍ରଧାନ ବ୍ୟକ୍ତିଙ୍କୁ ଯିହୁଦୀମାନେ ଉତ୍ତେଜିତ କଲେ, ପୁଣି, ପାଉଲ ଓ ବର୍ଣ୍ଣବ୍ବାଙ୍କ ପ୍ରତି ତାଡ଼ନା ଘଟାଇ ଆପଣାମାନଙ୍କ ସୀମାରୁ ସେମାନଙ୍କୁ ବାହାର କରିଦେଲେ। 51ସେଥିରେ ସେମାନେ ଆପଣା ଆପଣା ପାଦର ଧୂଳି ସେମାନଙ୍କ ବିରୁଦ୍ଧରେ ଝାଡ଼ିଦେଇ ଇକନୀୟ ସହରକୁ ଗଲେ, 52ଆଉ ଶିଷ୍ୟମାନେ ଆନନ୍ଦରେ ଓ ପବିତ୍ର ଆତ୍ମାରେ ପୂର୍ଣ୍ଣ ହେବାକୁ ଲାଗିଲେ।


