ସିରିୟା ପ୍ରଦେଶର ଆନ୍ତିୟଖିଆକୁ ପ୍ରତ୍ୟାବର୍ତ୍ତନ
24ପରେ ସେମାନେ ପିସିଦିଆ ଦେଶ ମଧ୍ୟ ଦେଇ ପଂଫୂଲିଆ ଦେଶକୁ ଆସିଲେ, 25ଆଉ ପର୍ଗୀରେ ବାକ୍ୟ ପ୍ରଚାର କରି ଆତ୍ତାଲିଆକୁ ଗଲେ। 26ସେଠାରୁ ସେମାନେ ଆନ୍ତିୟଖିଆକୁ ଜାହାଜରେ ଯାତ୍ରା କଲେ; ସେମାନେ ଯେଉଁ କାର୍ଯ୍ୟ ସାଧନ କରିଥିଲେ, ତାହା କରିବା ନିମନ୍ତେ ଈଶ୍ବରଙ୍କ ଅନୁଗ୍ରହରେ ସମର୍ପିତ ହୋଇ ସେ ସ୍ଥାନରୁ ବାହାରିଥିଲେ। 27ସେମାନେ ପହଞ୍ଚି ମଣ୍ଡଳୀକୁ ଏକତ୍ର କଲେ, ପୁଣି, ଈଶ୍ବର ସେମାନଙ୍କ ସାଙ୍ଗରେ ଥାଇ ଯେ ସମସ୍ତ କାର୍ଯ୍ୟ କରିଥିଲେ ଓ ଅଣଯିହୁଦୀମାନଙ୍କ ପ୍ରତି ବିଶ୍ୱାସର ଦ୍ୱାର ଫିଟାଇ ଦେଇଥିଲେ, ସେହିସବୁ ବର୍ଣ୍ଣନା କଲେ। 28ଆଉ ସେମାନେ ସେହି ବିଶ୍ୱାସୀମାନଙ୍କ ସହିତ ଅନେକ ଦିନ ପର୍ଯ୍ୟନ୍ତ ରହିଲେ।


