ଲୋକଙ୍କୁ ପାଉଲଙ୍କ ସମ୍ବୋଧନ
37ସେମାନେ ପାଉଲଙ୍କୁ ଗଡ଼ ଭିତରକୁ ନେଇଯିବା ପାଇଁ ଚେଷ୍ଟା କରିବା ସମୟରେ, ସେ ସହସ୍ର-ସେନାପତିଙ୍କୁ କହିଲେ, ମୁଁ ଆପଣଙ୍କୁ କିଛି କହିପାରେ କି? ସେଥିରେ ସେ କହିଲେ ତୁମ୍ଭେ କି ଗ୍ରୀକ୍ ଜାଣ? 38ତେବେ, ଏଥିପୂର୍ବେ ଯେଉଁ ମିସରୀୟ ଲୋକ ବିଦ୍ରୋହ ଲଗାଇ ଚାରି ହଜାର ଡକାଇତମାନଙ୍କୁ ପ୍ରାନ୍ତରରୁ ଘେନିଯାଇଥିଲେ, ତୁମ୍ଭେ କି ସେହି ନୁହଁ? 39ସେଥିରେ ପାଉଲ କହିଲେ, ମୁଁ ତ ଜଣେ ଯିହୁଦୀ, କିଲିକିୟା ଅଞ୍ଚଳର, ତାର୍ଷ ନାମକ ଏକ ପ୍ରସିଦ୍ଧ ସହରର ନାଗରିକ; ଏହି ଲୋକମାନଙ୍କୁ କଥା କହିବା ପାଇଁ ମୋତେ ଅନୁମତି ଦେବା ନିମନ୍ତେ ମୁଁ ଆପଣଙ୍କୁ ନିବେଦନ କରୁଅଛି। 40ସେ ଅନୁମତି ଦେବାରୁ ପାଉଲ ସୋପାନରେ ଠିଆ ହୋଇ ଲୋକମାନଙ୍କୁ ହସ୍ତ ଦ୍ୱାରା ସଙ୍କେତ କଲେ; ଆଉ ସମସ୍ତେ ନୀରବ ହେଲା ଉତ୍ତାରେ ସେ ଏବ୍ରୀ ଭାଷାରେ ସେମାନଙ୍କୁ କହିବାକୁ ଲାଗିଲେ,


