ମର୍ଦ୍ଦଖୟ ଦ୍ୱାରା ଚକ୍ରାନ୍ତ ଉନ୍ମୋଚନ

19କନ୍ୟାମାନେ ଦ୍ୱିତୀୟ ଥର ସଂଗୃହୀତା ହେବା ସମୟରେ, ମର୍ଦ୍ଦଖୟ ରାଜଦ୍ୱାରରେ ବସିଲେ। 20ଏଷ୍ଟର ମର୍ଦ୍ଦଖୟର ଆଜ୍ଞାନୁସାରେ ଆପଣା ବଂଶ ଓ କୁଟୁମ୍ବର ପରିଚୟ କାହାକୁ ହିଁ ଦେଲା ନାହିଁ; କାରଣ ଏଷ୍ଟର ମର୍ଦ୍ଦଖୟ ନିକଟରେ ପ୍ରତିପାଳିତା ହେବା ସମୟରେ ଯେପରି କରୁଥିଲେ, ସେତେବେଳେ ମଧ୍ୟ ସେପରି ତାହାର ଆଜ୍ଞା ପାଳନ କଲେ। 21ସେହି ସମୟରେ ମର୍ଦ୍ଦଖୟ ରାଜଦ୍ୱାରରେ ବସିବା ବେଳେ, ଦ୍ୱାରପାଳମାନଙ୍କ ମଧ୍ୟରେ ବିଗ୍‍ଥନ୍‍ ଓ ତେରଶ୍‍ ନାମରେ ରାଜଗୃହର ଦୁଇ ନପୁଂସକ କ୍ରୁଦ୍ଧ ହୋଇ ଅକ୍ଷଶ୍ୱେରଶ ରାଜାକୁ ବଧ କରିବାକୁ ଚେଷ୍ଟା କଲେ। 22ମାତ୍ର ମର୍ଦ୍ଦଖୟ ଏହା ଜାଣି ଏଷ୍ଟର ରାଣୀଙ୍କୁ ଜଣାଇଲେ; ପୁଣି, ଏଷ୍ଟର ମର୍ଦ୍ଦଖୟ ନାମ ନେଇ ରାଜାଙ୍କୁ ତାହା ଜଣାଇଲେ। 23ତହିଁରେ ଅନୁସନ୍ଧାନ ଦ୍ୱାରା ସେହି କଥା ପ୍ରମାଣ ହୁଅନ୍ତେ, ସେହି ଦୁଇ ଜଣ ବୃକ୍ଷରେ ଫାଶୀ ପାଇଲେ, ଆଉ ସେହି କଥା ରାଜାଙ୍କ ସାକ୍ଷାତରେ ଇତିହାସ ପୁସ୍ତକରେ ଲେଖାଗଲା।