ମୋୟାବ ବିରୁଦ୍ଧରେ ଭବିଷ୍ୟଦ୍‍ବାଣୀ

8ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ମୋୟାବ ଓ ସେୟୀର କହୁଅଛନ୍ତି, ଦେଖ, ଯିହୁଦା ବଂଶ ଅନ୍ୟ ସକଳ ଗୋଷ୍ଠୀର ସମାନ, 9ଏଥିପାଇଁ ଦେଖ, ଆମ୍ଭେ ନଗର ସମୂହଠାରୁ ମୋୟାବର ପାର୍ଶ୍ୱ ମୁକ୍ତ କରିବା, ଅର୍ଥାତ୍‍, ତାହାର ସୀମାନ୍ତବର୍ତ୍ତୀ ଓ ଦେଶର ଗୌରବ ସ୍ୱରୂପ ବେଥ୍-ଯିଶିମୋତ ବାଲ୍‍-ମୀୟୋନ୍‍ ଓ କିରୀୟାଥୟିମ୍‍ ପ୍ରତି, 10ପୂର୍ବଦେଶୀୟ ସନ୍ତାନଗଣର ପାଇଁ (ମୁକ୍ତ କରିବା), ସେମାନେ ଅମ୍ମୋନ-ସନ୍ତାନଗଣ ବିରୁଦ୍ଧରେ ଯାତ୍ରା କରିବେ, ପୁଣି, ଆମ୍ଭେ ସେମାନଙ୍କ ହସ୍ତରେ ଅମ୍ମୋନ-ସନ୍ତାନଗଣକୁ ଅଧିକାର ରୂପେ ସମର୍ପଣ କରିବା, ତହିଁରେ ଗୋଷ୍ଠୀଗଣ ମଧ୍ୟରେ ସେମାନେ ଆଉ ସ୍ମରଣ କରାଯିବେ ନାହିଁ; 11ଆମ୍ଭେ ମୋୟାବ ଉପରେ ଦଣ୍ଡାଜ୍ଞା ସଫଳ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।