ଦକ୍ଷିଣ ଦ୍ୱାର

24ଏଥିଉତ୍ତାରେ ସେ ମୋତେ ଦକ୍ଷିଣ ଦିଗକୁ ନେଇଗଲେ, ଆଉ ଦେଖ, ଦକ୍ଷିଣ ଆଡ଼େ ଏକ ଦ୍ୱାର ଥିଲା; ଆଉ, ସେ ଉପରୋକ୍ତ ପରିମାଣାନୁସାରେ ତହିଁର ଉପସ୍ତମ୍ଭ ଓ ମଣ୍ଡପସକଳ ପରିମାଣ କଲେ। 25ପୁଣି, ତହିଁରେ ଓ ତହିଁର ମଣ୍ଡପସକଳର ଚାରିଆଡ଼େ ପୂର୍ବୋକ୍ତ ଜଳାକବାଟି ପରି ଜଳାକବାଟି ଥିଲା; ଦୀର୍ଘତା ପଚାଶ ହାତ ଓ ପ୍ରସ୍ଥ ପଚିଶ ହାତ ଥିଲା। 26ତହିଁ ଉପରକୁ ଯିବା ପାଇଁ ସାତୋଟି ପାବଚ୍ଛ ଥିଲା ଓ ତହିଁର ମଣ୍ଡପ ତହିଁ ସମ୍ମୁଖରେ ଥିଲା; ପୁଣି, ତହିଁର ଉପସ୍ତମ୍ଭସକଳର ଏପାଖରେ ସେପାଖରେ ଏକ ଏକ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା। 27ଆଉ, ଦକ୍ଷିଣ ଆଡ଼ ଭିତର ପ୍ରାଙ୍ଗଣକୁ ଏକ ଦ୍ୱାର ଥିଲା; ତହୁଁ ସେ ଦକ୍ଷିଣ ଆଡ଼ର ଏକ ଦ୍ୱାରଠାରୁ ଅନ୍ୟ ଦ୍ୱାର ପର୍ଯ୍ୟନ୍ତ ଏକ ଶହ ହାତ ମାପିଲେ।