ମନ୍ଦିର ପାକଶାଳା

20ପୁଣି, ସେ ମୋତେ କହିଲେ, “ଏହି ସ୍ଥାନରେ ଯାଜକମାନେ ଦୋଷାର୍ଥକ ବଳି, ପାପାର୍ଥକ ବଳି ସିଦ୍ଧ କରିବେ ଓ ଭକ୍ଷ୍ୟ ନୈବେଦ୍ୟ ପାକ କରିବେ; ସେମାନେ ଲୋକମାନଙ୍କୁ ଶୁଚି କରିବା ନିମନ୍ତେ ବାହାର ପ୍ରାଙ୍ଗଣକୁ ତାହାସବୁ ଆଣିବେ ନାହିଁ।”

21ଏଉତ୍ତାରେ ସେ ମୋତେ ବାହାର ପ୍ରାଙ୍ଗଣକୁ ଆଣି ସେହି ପ୍ରାଙ୍ଗଣର ଚାରି କୋଣ ଦେଇ ଗମନ କରାଇଲେ; ଆଉ ଦେଖ, ସେହି ପ୍ରାଙ୍ଗଣର ପ୍ରତ୍ୟେକ କୋଣରେ ଗୋଟିଏ ଗୋଟିଏ ପ୍ରାଙ୍ଗଣ ଥିଲା। 22ପ୍ରାଙ୍ଗଣର ଚାରି କୋଣରେ ଚାଳିଶ ହାତ ଦୀର୍ଘ ଓ ତିରିଶ ହାତ ପ୍ରସ୍ଥ ପ୍ରାଚୀର-ବେଷ୍ଟିତ ଏକ ଏକ ପ୍ରାଙ୍ଗଣ ଥିଲା; କୋଣମାନର ଏହି ଚାରି ପ୍ରାଙ୍ଗଣର ସମାନ ମାପ ଥିଲା। 23ପୁଣି, ସେହି ଚାରିର ଭିତରେ ଚାରିଆଡ଼େ ଏକ ଏକ ଧାଡ଼ି ଗାନ୍ଥୁନୀ ଥିଲା, ଆଉ ସେହି ସବୁ ଧାଡ଼ିର ତଳେ ଚାରିଆଡ଼େ ପାକ ସ୍ଥାନ ନିର୍ମିତ ହୋଇଥିଲା। 24ଏଥିରେ ସେ ମୋତେ କହିଲେ, “ସବୁ ପାକ ଗୃହ, ଏହି ସ୍ଥାନରେ ଗୃହର ପରିଚାରକମାନେ ଲୋକମାନଙ୍କ ବଳି ସିଦ୍ଧ କରିବେ।”