ନଗରର ଦ୍ୱାର
30ଆଉ, ଏହିସବୁ ନଗରର ନିର୍ଗମନ ସ୍ଥାନ ହେବ; ଉତ୍ତର ଆଡ଼େ ଚାରି ହଜାର ପାଞ୍ଚ ଶହ ଦଣ୍ଡ ପରିମିତ ଭୂମି 31ଓ ନଗରର ଦ୍ୱାରସକଳ ଇସ୍ରାଏଲ ଗୋଷ୍ଠୀଗଣର ନାମାନୁସାରେ ହେବ; ଉତ୍ତର ଆଡ଼େ ତିନି ଦ୍ୱାର ହେବ; ଅର୍ଥାତ୍, ରୁବେନ୍ର ଏକ ଦ୍ୱାର; ଯିହୁଦାର ଏକ ଦ୍ୱାର; ଲେବୀର ଏକ ଦ୍ୱାର; 32ପୁଣି, ପୂର୍ବ ଆଡ଼େ ଚାରି ହଜାର ପାଞ୍ଚ ଶହ ଦଣ୍ଡ ଭୂମି ଓ ତିନି ଦ୍ୱାର ହେବ; ଅର୍ଥାତ୍, ଯୋଷେଫର ଏକ ଦ୍ୱାର, ବିନ୍ୟାମୀନ୍ର ଏକ ଦ୍ୱାର, ଦାନ୍ର ଏକ ଦ୍ୱାର; 33ଆଉ, ଦକ୍ଷିଣ ଆଡ଼େ ଚାରି ହଜାର ପାଞ୍ଚ ଶହ ଦଣ୍ଡ ପରିମିତ ଭୂମି ଓ ତିନି ଦ୍ୱାର ହେବ; ଶିମୀୟୋନର ଏକ ଦ୍ୱାର; ଇଷାଖରର ଏକ ଦ୍ୱାର; ସବୂଲୂନର ଏକ ଦ୍ୱାର; 34ପଶ୍ଚିମ ଆଡ଼େ ଚାରି ହଜାର ପାଞ୍ଚ ଶହ ଦଣ୍ଡ ଭୂମି ଓ ତିନି ଦ୍ୱାର ହେବ; ଗାଦ୍ର ଏକ ଦ୍ୱାର; ଆଶେରର ଏକ ଦ୍ୱାର; ନପ୍ତାଲିର ଏକ ଦ୍ୱାର ହେବ। 35ଚତୁର୍ଦ୍ଦିଗ ଅଠର ହଜାର ଦଣ୍ଡ ପରିମିତ ହେବ, ଆଉ ‘ସଦାପ୍ରଭୁ ତହିଁ ବିଦ୍ୟମାନ,’ ସେହି ଦିନଠାରୁ ନଗରର ଏହି ନାମ ହେବ।”


