ଯିରୁବ୍ବାବିଲ୍ ଅଙ୍ଗୁରୀୟ ରୂପେ ମନୋନୀତ
20ଏଥିଉତ୍ତାରେ ମାସର ଚତୁର୍ବିଂଶ ଦିନ ସଦାପ୍ରଭୁଙ୍କର ବାକ୍ୟ ଦ୍ୱିତୀୟ ଥର ହାଗୟଙ୍କ ନିକଟରେ ଉପସ୍ଥିତ ହେଲା, ଯଥା, 21“ଯିହୁଦାର ଦେଶାଧ୍ୟକ୍ଷ ଯିରୁବ୍ବାବିଲ୍ଙ୍କୁ ଏହି କଥା କୁହ,
ଆମ୍ଭେ ଆକାଶମଣ୍ଡଳ ଓ ପୃଥିବୀକୁ ହଲାଇବା;
22ଆମ୍ଭେ ରାଜ୍ୟସମୂହର ସିଂହାସନ ଓଲଟାଇ ପକାଇବା ଓ ଗୋଷ୍ଠୀଗଣର ସକଳ ରାଜ୍ୟର ପରାକ୍ରମ ବିନଷ୍ଟ କରିବା;
ଆଉ, ଆମ୍ଭେ ରଥ ଓ ରଥାରୋହୀମାନଙ୍କୁ ଓଲଟାଇ ପକାଇବା; ପୁଣି ଅଶ୍ୱ ଓ ଅଶ୍ୱାରୋହୀମାନେ ଆପଣା ଭ୍ରାତାର ଖଡ୍ଗ ଦ୍ୱାରା ପତିତ ହେବେ।
23ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ହେ ଶଲ୍ଟୀୟେଲର ପୁତ୍ର, ଆମ୍ଭର ଦାସ ଯିରୁବ୍ବାବିଲ୍, ସେଦିନ ଆମ୍ଭେ ତୁମ୍ଭକୁ ଗ୍ରହଣ କରିବା ଓ ତୁମ୍ଭକୁ ମୁଦ୍ରାର୍ଥକ ଅଙ୍ଗୁରୀୟ ସ୍ୱରୂପ କରିବା, ଏହା ସଦାପ୍ରଭୁ କହନ୍ତି;
କାରଣ ଆମ୍ଭେ ତୁମ୍ଭକୁ ମନୋନୀତ କରିଅଛୁ,
ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।”


