ଶିମୀୟୋନର ଅଧିକାର
1ଏଥିଉତ୍ତାରେ ଶିମୀୟୋନର, ଅର୍ଥାତ୍, ଆପଣା ଆପଣା ବଂଶାନୁସାରେ ଶିମୀୟୋନ-ସନ୍ତାନମାନଙ୍କ ବଂଶ ପାଇଁ ଦ୍ୱିତୀୟ ବାଣ୍ଟ ଉଠିଲା; ସେମାନଙ୍କ ଅଧିକାର ଯିହୁଦା-ସନ୍ତାନଗଣର ଅଧିକାର ମଧ୍ୟରେ ଥିଲା। 2ସେମାନଙ୍କ ଅଧିକାରରେ ଏହିସବୁ ନଗର ଥିଲା, ଯଥା, ବେର୍ଶେବା ବା ଶେବଃ ଓ ମୋଲାଦା 3ଓ ହତ୍ସର-ଶୁୟାଲ୍ ଓ ବାଲା ଓ ଏତ୍ସମ୍ 4ଓ ଇଲତୋଲଦ୍ ଓ ବଥୁଲ ଓ ହର୍ମା 5ଓ ସିକ୍ଲଗ୍ ଓ ବେଥ୍-ମର୍କାବୋତ୍ ଓ ହତ୍ସରସୂଷୀମ୍ 6ଓ ବେଥ୍-ଲବାୟୋତ୍ ଓ ଶାରୁହନ୍; ଗ୍ରାମ ସମେତ ଏହି ତେର ନଗର। 7ଐନ୍ ଓ ରିମ୍ମୋନ୍ ଓ ଏଥର୍ ଓ ଆଶନ୍; ଗ୍ରାମ ସମେତ ଏହି ଚାରି ନଗର 8ଓ ବାଲତ୍-ବେର ଓ ଦକ୍ଷିଣ ଦିଗସ୍ଥିତ ରାମତ୍ ପର୍ଯ୍ୟନ୍ତ ଏହିସବୁ ନଗରର ଚତୁର୍ଦ୍ଦିଗସ୍ଥିତ ଗ୍ରାମ ସମସ୍ତ। ଆପଣା ଆପଣା ବଂଶାନୁସାରେ ଶିମୀୟୋନ-ସନ୍ତାନମାନଙ୍କ ବଂଶର ଏହି ଅଧିକାର ଥିଲା। 9ଶିମୀୟୋନ-ସନ୍ତାନଗଣର ଏହି ଅଧିକାର ଯିହୁଦା-ସନ୍ତାନଗଣର ଅଧିକାରର ଏକ ଅଂଶ ଥିଲା, କାରଣ ଯିହୁଦା-ସନ୍ତାନଗଣର ଅଂଶ ସେମାନଙ୍କ ପାଇଁ ଅତି ଅଧିକ ଥିଲା; ଏହେତୁ ଶିମୀୟୋନ-ସନ୍ତାନଗଣ ସେମାନଙ୍କ ଅଧିକାର ମଧ୍ୟରେ ଅଧିକାର ପାଇଲେ।


