ଇଷାଖରର ଅଧିକାର
17ଏଥିଉତ୍ତାରେ ଇଷାଖରର, ଅର୍ଥାତ୍, ଆପଣା ଆପଣା ବଂଶାନୁସାରେ ଇଷାଖର-ସନ୍ତାନମାନଙ୍କ ବଂଶ ପାଇଁ ଚତୁର୍ଥ ବାଣ୍ଟ ଉଠିଲା। 18ସେମାନଙ୍କ ସୀମା ଯିଷ୍ରିୟେଲ ଓ କସୁଲ୍ଲୋତ ଓ ଶୂନେମ 19ଓ ହଫାରୟିମ୍ ଓ ଶୀୟୋନ ଓ ଅନହରତ୍ 20ଓ ରାବ୍ବୀତ୍ ଓ କିଶୀୟୋନ୍ ଓ ଏବସ 21ଓ ରେମତ୍ ଓ ଐନ୍-ଗନ୍ନୀମ୍ ଓ ଐନ୍-ହଦ୍ଦା ଓ ବେଥ୍-ପତ୍ସେସ ପର୍ଯ୍ୟନ୍ତ ଗଲା। 22ପୁଣି ସେ ସୀମା ତାବୋର ଓ ଶହତ୍ସୀମ୍ ଓ ବେଥ୍-ଶେମଶ ପର୍ଯ୍ୟନ୍ତ ଗଲା ଓ ଯର୍ଦ୍ଦନ ସେମାନଙ୍କ ସୀମାର ପ୍ରାନ୍ତ ଥିଲା; ଗ୍ରାମ ସମେତ ଏହି ଷୋଅଳ ନଗର। 23ଗ୍ରାମ ସମେତ ଏସବୁ ନଗର ଇଷାଖର ବଂଶୀୟ ସନ୍ତାନଗଣର ସେମାନଙ୍କ ବଂଶାନୁସାରେ ଅଧିକାର ହେଲା।


