ଆଶେରର ଅଧିକାର
24ଏଉତ୍ତାରେ ଆଶେର-ସନ୍ତାନମାନଙ୍କ ବଂଶର ଆପଣା ଆପଣା ବଂଶାନୁସାରେ ପଞ୍ଚମ ବାଣ୍ଟ ଉଠିଲା। 25ଆଉ ସେମାନଙ୍କର ସୀମା ହିଲକତ୍ ଓ ହଲୀ ଓ ବେଟନ ଓ ଅକ୍ଷଫ 26ଓ ଅଲମେଲକ୍ ଓ ଅମୀୟାଦ୍ ଓ ମିଶାଲ; ଆଉ ତାହା ପଶ୍ଚିମ ଦିଗରେ କର୍ମିଲ ଓ ଶୀହୋର-ଲିବ୍ନତ ପର୍ଯ୍ୟନ୍ତ ଗଲା। 27ପୁଣି ସୂର୍ଯ୍ୟୋଦୟ ଦିଗରେ ବେଥ୍-ଦାଗୁନ୍ ଆଡ଼େ ବୁଲି ବେଥ୍-ଏମକ ଓ ନୀୟେଲର ଉତ୍ତର ଦିଗରେ ସବୂଲୂନସ୍ଥିତ ଯିପ୍ତହେଲ ଉପତ୍ୟକା ପର୍ଯ୍ୟନ୍ତ ଗଲା; ତହୁଁ ତାହା ବାମ ଦିଗରେ କାବୂଲ 28ଓ ହିବ୍ରୋଣ ଓ ରହୋବ ଓ ହମ୍ମୋନ ଓ କାନ୍ନା ଓ ମହାସୀଦୋନ ପର୍ଯ୍ୟନ୍ତ ଗଲା; 29ତହୁଁ ସେ ସୀମା ବୁଲି ରାମା ଓ ସୋର ନାମକ ପ୍ରାଚୀର-ବେଷ୍ଟିତ ନଗରକୁ ଗଲା; ଏଉତ୍ତାରେ ସେ ସୀମା ବୁଲି ହୋଷାକୁ ଗଲା; ପୁଣି ଅକଷୀବ୍ ଅଞ୍ଚଳସ୍ଥ ସମୁଦ୍ର ତହିଁର ପ୍ରାନ୍ତ ଥିଲା। 30ମଧ୍ୟ ଉମ୍ମା ଓ ଅଫେକ ଓ ରହୋବ; ଏପରି ଗ୍ରାମ ସମେତ ବାଇଶ ନଗର ଥିଲା। 31ଆପଣା ଆପଣା ବଂଶାନୁସାରେ ଆଶେର-ସନ୍ତାନମାନଙ୍କ ବଂଶର ଅଧିକାର ଗ୍ରାମ ସମେତ ଏସବୁ ନଗର ହେଲା।


