ଯିହୋଶୂୟ ଏବଂ ଏକ ଖଡ୍ଗଧାରୀ ବ୍ୟକ୍ତି

13ପୁଣି ଯିହୋଶୂୟ ଯିରୀହୋ ନିକଟରେ ଥିବା ବେଳେ ଏପରି ହେଲା ଯେ, ସେ ଚକ୍ଷୁ ମେଲାଇ ଅନାଇଲେ, ଆଉ ଦେଖ, ନିଷ୍କୋଷ ଖଡ୍ଗ ହସ୍ତ ଏକ ପୁରୁଷ ତାଙ୍କ ସମ୍ମୁଖରେ ଛିଡ଼ା ହେଲେ; ଏଥିରେ ଯିହୋଶୂୟ ତାଙ୍କ ନିକଟକୁ ଯାଇ ତାଙ୍କୁ ପଚାରିଲେ, “ତୁମ୍ଭେ ଆମ୍ଭମାନଙ୍କ ପକ୍ଷ କି ଆମ୍ଭମାନଙ୍କ ବିପକ୍ଷମାନଙ୍କ ପକ୍ଷ?” 14ତହୁଁ ସେ କହିଲେ, “ନା; ମାତ୍ର ଆମ୍ଭେ ସଦାପ୍ରଭୁଙ୍କ ସୈନ୍ୟର ସେନାପତି, ଏବେ ଆସିଲୁ;” ତହିଁରେ ଯିହୋଶୂୟ ଭୂମିରେ ମୁହଁ ମାଡ଼ି ପଡ଼ି ପ୍ରଣାମ କରି ତାହାଙ୍କୁ କହିଲେ, “ମୋହର ପ୍ରଭୁ ଆପଣା ଦାସକୁ କି ଆଜ୍ଞା ଦେଉଅଛନ୍ତି?” 15ତହୁଁ ସଦାପ୍ରଭୁଙ୍କ ସୈନ୍ୟର ସେନାପତି ଯିହୋଶୂୟଙ୍କୁ କହିଲେ, “ତୁମ୍ଭ ପାଦରୁ ପାଦୁକା କାଢ଼, କାରଣ ଯେଉଁ ସ୍ଥାନରେ ତୁମ୍ଭେ ଠିଆ ହେଉଅଛ, ତାହା ପବିତ୍ର।” ଆଉ ଯିହୋଶୂୟ ସେପରି କଲେ।