ବୁଣାଳୀର ଦୃଷ୍ଟାନ୍ତ

(ମାଥିଉ 13:1-9; ମାର୍କ 4:1-9)

4ବହୁସଂଖ୍ୟକ ଲୋକ ଏକତ୍ର ହୁଅନ୍ତେ ଓ ନଗରୁ ନଗରୁ ଲୋକେ ତାହାଙ୍କ ନିକଟକୁ ଆସନ୍ତେ ସେ ଦୃଷ୍ଟାନ୍ତ ଦେଇ କହିଲେ, 5“ଜଣେ ବୁଣାଳୀ ଆପଣା ବିହନ ବୁଣିବାକୁ ବାହାରିଲା। ସେ ବୁଣୁ ବୁଣୁ କେତେକ ବିହନ ବାଟ ପାଖରେ ପଡ଼ିଲା ଓ ପାଦ ତଳେ ଦଳି ହୋଇଗଲା, ପୁଣି, ଆକାଶର ଚଢ଼େଇମାନେ ସେଗୁଡ଼ିକ ଖାଇଗଲେ। 6ଆଉ କେତେକ ପଥର ଉପରେ ପଡ଼ିଲା, ପୁଣି, ଗଜା ହୋଇ ରସ ନ ପାଇବାରୁ ଶୁଖିଗଲା।

7ଆଉ କେତେକ କଣ୍ଟାଗଛଗୁଡ଼ାକ ମଧ୍ୟରେ ପଡ଼ିଲା, ପୁଣି, କଣ୍ଟାଗଛଗୁଡ଼ାକ ସାଙ୍ଗେ ସାଙ୍ଗେ ବଢ଼ି ସେଗୁଡ଼ିକୁ ଚାପି ପକାଇଲା। 8ଅନ୍ୟ କେତେକ ଭଲ ଭୂମିରେ ପଡ଼ିଲା ଆଉ ବଢ଼ି ଶହେ ଗୁଣ ଫଳ ଫଳିଲା।” ସେ ଏହା କହୁ କହୁ ଉଚ୍ଚସ୍ୱରରେ କହିଲେ, “ଯାହାର ଶୁଣିବା ପାଇଁ କାନ ଅଛି, ସେ ଶୁଣୁ।”