ଦୃଷ୍ଟାନ୍ତର ଉଦ୍ଦେଶ୍ୟ
(ମାଥିଉ 13:10-17; ଲୂକ 8:9,10)
10ସେ ଏକାକୀ ଥିବା ସମୟରେ ତାହାଙ୍କ ସଙ୍ଗୀମାନେ ଦ୍ୱାଦଶଙ୍କ ସହିତ ତାହାଙ୍କୁ ସେହି ଦୃଷ୍ଟାନ୍ତଗୁଡ଼ିକ ବିଷୟରେ ପଚାରିବାକୁ ଲାଗିଲେ। 11ସେଥିରେ ସେ ସେମାନଙ୍କୁ କହିଲେ, “ଈଶ୍ବରଙ୍କ ରାଜ୍ୟର ନିଗୂଢ଼ ତତ୍ତ୍ୱ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ସେହି ବାହାର ଲୋକମାନଙ୍କୁ ସମସ୍ତ ବିଷୟ ଦୃଷ୍ଟାନ୍ତରେ କୁହାଯାଉଅଛି, 12ଯେପରି
‘ସେମାନେ ଦେଖୁ ଦେଖୁ ଜ୍ଞାତ ହୁଅନ୍ତି ନାହିଁ,
ପୁଣି, ଶୁଣୁ ଶୁଣୁ ବୁଝନ୍ତି ନାହିଁ,
କାଳେ ସେମାନେ ଫେରିଆସନ୍ତି ଓ କ୍ଷମା ପ୍ରାପ୍ତ ହୁଅନ୍ତି।’”


