ମାଣ ତଳେ ଦୀପ

(ଲୂକ 8:16-18)

21ପୁନଶ୍ଚ ସେ ସେମାନଙ୍କୁ କହିଲେ, “ଦୀପ କଅଣ ମାଣ ତଳେ ବା ଖଟ ତଳେ ରଖାଯିବା ନିମନ୍ତେ ଅଣାଯାଏ? ଦୀପରୁଖା ଉପରେ ରଖାଯିବା ନିମନ୍ତେ କି ତାହା ଅଣାଯାଏ ନାହିଁ? 22କାରଣ ପ୍ରକାଶିତ ନ ହେବା ଉଦ୍ଦେଶ୍ୟରେ କିଛି ଗୁପ୍ତ ନାହିଁ; ଆଉ ଯାହା ଗୁପ୍ତ ହୋଇଅଛି, ତାହା ପ୍ରକାଶିତ ହେବା ଉଦ୍ଦେଶ୍ୟରେ ଗୁପ୍ତ ହୋଇଅଛି। 23ଯଦି କାହାର ଶୁଣିବାକୁ କାନ ଅଛି, ସେ ଶୁଣୁ।” 24ଯୀଶୁ ପୁଣି, ସେମାନଙ୍କୁ କହିଲେ, “କଅଣ ଶୁଣୁଅଛ, ସେ ବିଷୟରେ ସାବଧାନ। ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଯିବ ଏବଂ ତୁମ୍ଭମାନଙ୍କୁ ଅଧିକ ଦିଆଯିବ। 25କାରଣ ଯାହାର ଅଛି, ତାହାକୁ ଦିଆଯିବ; ଆଉ ଯାହାର ନାହିଁ, ତାହା ପାଖରେ ଯାହା ଅଛି, ତାହା ସୁଦ୍ଧା ତାହାଠାରୁ ନିଆଯିବ।”