ସୋରିଷ ଦାନାର ଦୃଷ୍ଟାନ୍ତ
(ମାଥିଉ 13:31-32,34; ଲୂକ 13:18-19)
30ଯୀଶୁ ପୁଣି, କହିଲେ, “ଆମ୍ଭେମାନେ କାହା ସାଙ୍ଗରେ ଈଶ୍ବରଙ୍କ ରାଜ୍ୟର ତୁଳନା କରିବା? କିଅବା କେଉଁ ଦୃଷ୍ଟାନ୍ତରେ ତାହା ବୁଝାଇବା? 31ତାହା ଗୋଟିଏ ସୋରିଷ ଦାନା ପରି; ଭୂମିରେ ବୁଣାଯିବା ସମୟରେ ତାହା ପୃଥିବୀର ସମସ୍ତ ବୀଜଠାରୁ କ୍ଷୁଦ୍ର, 32ମାତ୍ର ବୁଣାଗଲେ ତାହା ବଢ଼ି ଉଠି ସବୁ ଶାକଠାରୁ ବଡ଼ ହୁଏ, ପୁଣି, ତାହାର ଏପରି ବଡ଼ ବଡ଼ ଡାଳ ହୁଏ ଯେ, ଆକାଶର ଚଢ଼େଇମାନେ ତାହାର ଛାୟାରେ ବାସ କରିପାରନ୍ତି।” 33ସେ ଏହି ପ୍ରକାରେ ଅନେକ ଦୃଷ୍ଟାନ୍ତ ଦ୍ୱାରା ସେମାନଙ୍କ ଶୁଣିବା ଶକ୍ତି ଅନୁସାରେ ସେମାନଙ୍କ ନିକଟରେ ବାକ୍ୟ ପ୍ରଚାର କରୁଥିଲେ, 34ଆଉ ଦୃଷ୍ଟାନ୍ତ ବିନା ସେ ସେମାନଙ୍କ ନିକଟରେ କୌଣସି କଥା କହୁ ନ ଥିଲେ। କିନ୍ତୁ ସେ ଗୋପନରେ ଆପଣା ଶିଷ୍ୟମାନଙ୍କୁ ସମସ୍ତ ବିଷୟ ବୁଝାଇ ଦେଉଥିଲେ।


