ପ୍ରେରିତମାନଙ୍କର ଏକତ୍ରୀକରଣ
(ମାଥିଉ 14:13,14; ଲୂକ 9:10)
30ପରେ ପ୍ରେରିତମାନେ ଯୀଶୁଙ୍କ ନିକଟରେ ଏକତ୍ର ହେଲେ, ଆଉ ସେମାନେ ଯାହା ଯାହା କରିଥିଲେ ଓ ଯାହା ଯାହା ଶିକ୍ଷା ଦେଇଥିଲେ, ସେହିସବୁ ତାହାଙ୍କୁ ଜଣାଇଲେ। 31ସେଥିରେ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଅଲଗା ହୋଇ ଗୋଟିଏ ନିର୍ଜନ ସ୍ଥାନକୁ ଯାଇ କିଛି ସମୟ ବିଶ୍ରାମ କର।” କାରଣ ଅନେକ ଲୋକ ଯିବା ଆସିବା କରୁଥିବାରୁ ସେମାନଙ୍କର ଭୋଜନ କରିବାକୁ ସୁଦ୍ଧା ସୁଯୋଗ ନ ଥିଲା। 32ତହିଁରେ ସେମାନେ ଅଲଗା ହୋଇ ନୌକାରେ ଗୋଟିଏ ନିର୍ଜନ ସ୍ଥାନକୁ ବାହାରିଗଲେ।


