ଗିନ୍ନେସରତରେ ରୋଗୀଙ୍କ ସୁସ୍ଥତା
(ମାଥିଉ 14:34-36)
53ସେମାନେ ପାର ହୋଇ ଗିନ୍ନେସରତ ଅଞ୍ଚଳରେ ପହଞ୍ଚି କୂଳରେ ନୌକା ବାନ୍ଧିଲେ। 54ଆଉ ସେମାନେ ନୌକାରୁ ଓହ୍ଲାନ୍ତେ ଲୋକମାନେ ସେହିକ୍ଷଣି ତାହାଙ୍କୁ ଚିହ୍ନି, 55ସେହି ସମସ୍ତ ଅଞ୍ଚଳର ଚାରିଆଡ଼େ ଦୌଡ଼ିଗଲେ, ପୁଣି, ସେ ଯେଉଁ ଯେଉଁ ସ୍ଥାନରେ ଅଛନ୍ତି ବୋଲି ଶୁଣିଲେ, ସେହି ସେହି ସ୍ଥାନକୁ ପୀଡ଼ିତ ଲୋକମାନଙ୍କୁ ଖଟିଆରେ ବହି ଆଣିବାକୁ ଲାଗିଲେ। 56ପୁଣି, ସେ ଯେଉଁ ଯେଉଁ ଗ୍ରାମ, ନଗର ବା ପଲ୍ଲୀରେ ପ୍ରବେଶ କଲେ, ଲୋକେ ସେହିସବୁ ସ୍ଥାନର ହାଟବଜାର-ମାନଙ୍କରେ ରୋଗୀମାନଙ୍କୁ ଥୋଇଦେଇ, ସେମାନେ ଯେପରି ତାହାଙ୍କ ବସ୍ତ୍ରର ଝୁମ୍ପା ଛୁଅନ୍ତି, ଏହା ତାହାଙ୍କୁ ବିନତି କରିବାକୁ ଲାଗିଲେ; ଆଉ ଯେତେ ଲୋକ ତାହାଙ୍କୁ ଛୁଇଁଲେ, ସମସ୍ତେ ସୁସ୍ଥ ହେଲେ।


