ଫାରୂଶୀମାନଙ୍କ ଚିହ୍ନର ଦାବି
(ମାଥିଉ 16:1-4)
11ପରେ ଫାରୂଶୀମାନେ ବାହାରି ଆସି ତାହାଙ୍କ ସାଙ୍ଗରେ ବାଦାନୁବାଦ କରିବାକୁ ଲାଗିଲେ ଓ ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ଆକାଶରୁ ଗୋଟିଏ ଚିହ୍ନ ମାଗିଲେ। 12ସେଥିରେ ଯୀଶୁ ଆତ୍ମାରେ ବ୍ୟଥିତ ହୋଇ ଦୀର୍ଘ ନିଶ୍ୱାସ ଛାଡ଼ି କହିଲେ, “ବର୍ତ୍ତମାନ ପୁରୁଷ କାହିଁକି ଚିହ୍ନ ଅନ୍ୱେଷଣ କରୁଅଛି? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ବର୍ତ୍ତମାନ ପୁରୁଷକୁ କୌଣସି ଚିହ୍ନ ଦିଆଯିବ ନାହିଁ।” 13ଆଉ, ସେ ସେମାନଙ୍କୁ ଛାଡ଼ି ପୁନର୍ବାର ନୌକାରେ ଚଢ଼ି ଆରପାରିକୁ ବାହାରିଗଲେ।


