ଯୀଶୁଙ୍କୁ ଖ୍ରୀଷ୍ଟ ରୂପେ ପିତରଙ୍କ ସ୍ୱୀକାର

(ମାଥିଉ 16:13-20; ଲୂକ 9:18-21)

27ଏଥିଉତ୍ତାରେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ କାଇସରିୟା ଫିଲିପ୍ପୀ ଅଞ୍ଚଳର ଗ୍ରାମମାନଙ୍କୁ ପ୍ରସ୍ଥାନ କଲେ, ଆଉ ପଥ ମଧ୍ୟରେ ଆପଣା ଶିଷ୍ୟମାନଙ୍କୁ ପଚାରିବାକୁ ଲାଗିଲେ, “ମୁଁ କିଏ ବୋଲି ଲୋକେ କଅଣ କହନ୍ତି?” 28ଏଥିରେ ସେମାନେ ତାହାଙ୍କୁ କହିଲେ, ବାପ୍ତିଜକ ଯୋହନ, ଆଉ କେହି କେହି ଏଲୀୟ, କିନ୍ତୁ କେହି କେହି କହନ୍ତି, ଭାବବାଦୀମାନଙ୍କ ମଧ୍ୟରୁ ଜଣେ। 29ସେ ସେମାନଙ୍କୁ ପଚାରିଲେ, “କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କଅଣ କହୁଅଛ?” ପିତର ତାହାଙ୍କୁ ଉତ୍ତର ଦେଲେ, ଆପଣ ଖ୍ରୀଷ୍ଟ। 30ସେଥିରେ ଯୀଶୁ ସେମାନଙ୍କୁ ତାହାଙ୍କ ବିଷୟରେ କାହାରିକୁ କିଛି ନ କହିବାକୁ ଦୃଢ଼ରୂପେ ଆଜ୍ଞା ଦେଲେ।