ନିଜ ମୃତ୍ୟୁ ବିଷୟରେ ଯୀଶୁଙ୍କ ପୁନଃସୂଚନା
(ମାଥିଉ 17:22,23; ଲୂକ 9:43-45)
30ସେମାନେ ସେହି ସ୍ଥାନରୁ ପ୍ରସ୍ଥାନ କରି ଗାଲିଲୀର ମଧ୍ୟ ଦେଇ ଯାତ୍ରା କଲେ, ଆଉ କେହି ତାହା ଜାଣନ୍ତୁ ବୋଲି ତାହାଙ୍କର ଇଚ୍ଛା ନ ଥିଲା; 31କାରଣ ଯୀଶୁ ଆପଣା ଶିଷ୍ୟମାନଙ୍କୁ ଏହି କଥା କହି ଶିକ୍ଷା ଦେଉଥିଲେ, ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେଉଅଛନ୍ତି, ପୁଣି, ସେମାନେ ତାହାଙ୍କୁ ବଧ କରିବେ, ଆଉ ସେ ହତ ହେଲା ଉତ୍ତାରେ ତିନି ଦିନ ପରେ ପୁନରୁତ୍ଥାନ କରିବେ। 32କିନ୍ତୁ ସେମାନେ ସେହି କଥା ବୁଝିଲେ ନାହିଁ ଏବଂ ତାହାଙ୍କୁ ପଚାରିବାକୁ ଭୟ କରୁଥିଲେ।


