ଯେ ବିପକ୍ଷ ନୁହେଁ, ସେ ସପକ୍ଷ

(ଲୂକ 9:49,50)

38ଯୋହନ ତାହାଙ୍କୁ କହିଲେ, ହେ ଗୁରୁ, ଆମ୍ଭମାନଙ୍କ ଦଳରେ ନ ଥିବା ଜଣକୁ ଆପଣଙ୍କ ନାମରେ ଭୂତ ଛଡ଼ାଇବାର ଦେଖିଲୁ, ଆଉ ସେ ଆମ୍ଭମାନଙ୍କ ଦଳରେ ନ ଥିବାରୁ ତାହାକୁ ମନା କଲୁ। 39କିନ୍ତୁ ଯୀଶୁ କହିଲେ, ତାହାକୁ ମନା କର ନାହିଁ; କାରଣ ମୋʼ ନାମରେ ମହତର କାର୍ଯ୍ୟ କରି ହଠାତ୍‍ ମୋହର ନିନ୍ଦା କରିପାରିବ, ଏପରି ଲୋକ କେହି ନାହିଁ; 40କାରଣ ଯେ ଆମ୍ଭମାନଙ୍କ ବିପକ୍ଷ ନୁହେଁ, ସେ ଆମ୍ଭମାନଙ୍କର ସପକ୍ଷ। 41ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଲୋକ ବୋଲି ଯେ କେହି ତୁମ୍ଭମାନଙ୍କୁ ଗିନାଏ ପାଣି ପିଇବାକୁ ଦେବ, ସେ କୌଣସି ପ୍ରକାରେ ଆପଣା ପୁରସ୍କାର ହରାଇବ ନାହିଁ।