ନିଜ ମୃତ୍ୟୁ ବିଷୟରେ ଯୀଶୁଙ୍କ ତୃତୀୟ ଥର ସୂଚନା

(ମାଥିଉ 20:17-19; ଲୂକ 18:31-34)

32ସେମାନେ ଯିରୂଶାଲମ ସହରକୁ ଯାତ୍ରା କରୁଥିବା ସମୟରେ ପଥ ମଧ୍ୟରେ ଥିଲେ ଓ ଯୀଶୁ ସେମାନଙ୍କ ଆଗେ ଆଗେ ଯାଉଥିଲେ, ଆଉ ଶିଷ୍ୟମାନେ ବିସ୍ମୟାନ୍ୱିତ ଓ ପଛରେ ଆସୁଥିବା ଲୋକେ ଭୀତ ହୋଇଥିଲେ। ଏଣୁ ସେ ପୁନର୍ବାର ବାର ଶିଷ୍ୟଙ୍କୁ ଅନ୍ତର କରି, ତାହାଙ୍କ ପ୍ରତି ଯାହା ଯାହା ଘଟିବାକୁ ଯାଉଅଛି, ସେହିସବୁ ସେମାନଙ୍କୁ ଜଣାଇବାକୁ ଲାଗିଲେ। 33ଯୀଶୁ କହିଲେ, “ଦେଖ, ଆମ୍ଭେମାନେ ଯିରୂଶାଲମ ସହରକୁ ଯାତ୍ରା କରୁଅଛୁ; ମନୁଷ୍ୟପୁତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରେ ସମର୍ପିତ ହେବେ, ଆଉ ସେମାନେ ତାହାଙ୍କୁ ପ୍ରାଣ ଦଣ୍ଡାଦେଶ ଦେଇ ଅଣଯିହୁଦୀମାନଙ୍କ ହସ୍ତରେ ସମର୍ପଣ କରିବେ, 34ପୁଣି, ଶାସ୍ତ୍ରୀମାନେ ତାହାଙ୍କୁ ପରିହାସ କରିବେ, ତାହାଙ୍କ ଉପରେ ଛେପ ପକାଇବେ, ତାହାଙ୍କୁ କୋରଡ଼ା ମାରିବେ ଓ ବଧ କରିବେ, ଆଉ ତିନି ଦିନ ପରେ ସେ ପୁନରୁତ୍ଥିତ ହେବେ।”