ବାର୍ଟୀମୟ ଅନ୍ଧବ୍ୟକ୍ତିର ସୁସ୍ଥତା

(ମାଥିଉ 20:29-34; ଲୂକ 18:35-43)

46ପରେ ସେମାନେ ଯିରୀହୋରେ ଉପସ୍ଥିତ ହେଲେ, ଆଉ ସେ ଆପଣା ଶିଷ୍ୟସମୂହ ଓ ବହୁସଂଖ୍ୟକ ଲୋକ ସହିତ ଯିରୀହୋରୁ ପ୍ରସ୍ଥାନ କରିବା ସମୟରେ ଟୀମାୟର ପୁତ୍ର ବାର୍ଟୀମୟ ନାମକ ଜଣେ ଅନ୍ଧ ଭିକ୍ଷୁକ ପଥ ପାର୍ଶ୍ୱରେ ବସିଥିଲା। 47ସେ ଯେ ନାଜରିତୀୟ ଯୀଶୁ, ଏହା ଶୁଣି ସେ ଉଚ୍ଚସ୍ୱରରେ କହିବାକୁ ଲାଗିଲା, ହେ ଦାଉଦଙ୍କ ସନ୍ତାନ ଯୀଶୁ, ମୋତେ ଦୟା କରନ୍ତୁ। 48ଏଥିରେ ଅନେକେ ତାହାକୁ ତୁନି ହେବା ପାଇଁ ଧମକ ଦେବାକୁ ଲାଗିଲେ, କିନ୍ତୁ ସେ ଆହୁରି ଅଧିକ ଉଚ୍ଚସ୍ୱରରେ କହିବାକୁ ଲାଗିଲା, ହେ ଦାଉଦଙ୍କ ସନ୍ତାନ, ମୋତେ ଦୟା କରନ୍ତୁ। 49ସେଥିରେ ଯୀଶୁ ଠିଆ ହୋଇ କହିଲେ, “ତାହାକୁ ଡାକ।” ସେମାନେ ସେହି ଅନ୍ଧ ଲୋକଟିକୁ ଡାକି କହିଲେ, ସାହସ ଧର, ଉଠ, ସେ ତୁମକୁ ଡାକୁଅଛନ୍ତି। 50ତହିଁରେ ସେ ଆପଣା ଚାଦର ଫୋପାଡ଼ିଦେଇ ଉଠି ଯୀଶୁଙ୍କ ନିକଟକୁ ଆସିଲା। 51ଯୀଶୁ ତାହାକୁ ଉତ୍ତର ଦେଲେ, “ମୁଁ ତୁମ୍ଭ ପାଇଁ କଅଣ କରିବି ବୋଲି ତୁମ୍ଭେ ଇଚ୍ଛା କରୁଅଛ?” ସେହି ଅନ୍ଧ ଲୋକଟି ତାହାଙ୍କୁ କହିଲା, ହେ ଗୁରୁ, ମୁଁ ଯେପରି ଦୃଷ୍ଟି ପାଏ। 52ଯୀଶୁ ତାହାକୁ କହିଲେ, “ଯାଅ, ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରିଅଛି।” ତତ୍‌କ୍ଷଣାତ୍ ସେ ଦୃଷ୍ଟି ପାଇ ପଥରେ ତାହାଙ୍କ ପଛେ ପଛେ ଚାଲିବାକୁ ଲାଗିଲା।