ଗାଲିଲୀରେ ଯୀଶୁଙ୍କ ପ୍ରଚାର
(ଲୂକ 4:42-44)
35ପାହାନ୍ତିଆ ସମୟରେ ଅନ୍ଧାର ଥାଉ ଥାଉ ସେ ଉଠି ବାହାରିଗଲେ ଓ ଗୋଟିଏ ନିର୍ଜନ ସ୍ଥାନକୁ ଯାଇ ସେଠାରେ ପ୍ରାର୍ଥନା କରିବାକୁ ଲାଗିଲେ। 36ଆଉ ଶିମୋନ ଓ ତାହାଙ୍କ ସଙ୍ଗୀମାନେ ତାହାଙ୍କର ଅନୁସନ୍ଧାନ କରି, 37ସାକ୍ଷାତ ପାଇ ତାହାଙ୍କୁ କହିଲେ, ସମସ୍ତେ ଆପଣଙ୍କର ଅନ୍ୱେଷଣ କରୁଅଛନ୍ତି। 38ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ଆସ, ଆମ୍ଭେମାନେ ଅନ୍ୟ ସ୍ଥାନକୁ, ଅର୍ଥାତ୍ ନିକଟବର୍ତ୍ତୀ ଗ୍ରାମମାନଙ୍କୁ ଯିବା; ସେଠାରେ ମଧ୍ୟ ମୁଁ ପ୍ରଚାର କରିବି, କାରଣ ସେହି ଉଦ୍ଦେଶ୍ୟରେ ମୁଁ ବାହାରିଅଛି।” 39ପୁଣି, ସେ ସମୁଦାୟ ଗାଲିଲୀରେ ଭ୍ରମଣ କରୁ କରୁ ସେମାନଙ୍କର ସମସ୍ତ ସମାଜଗୃହରେ ପ୍ରଚାର କଲେ ଓ ଭୂତମାନଙ୍କୁ ବାହାର କଲେ।


