ମନ୍ଦିର ଧ୍ୱଂସ ବିଷୟରେ ସୂଚନା

(ମାଥିଉ 24:1,2; ଲୂକ 21:5,6)

1ଯୀଶୁ ମନ୍ଦିରରୁ ବାହାରିଯାଉଥିବା ସମୟରେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ହେ ଗୁରୁ, ଦେଖନ୍ତୁ, କିପରି ପ୍ରସ୍ତର ଓ କିପରି ପ୍ରାସାଦ! 2ସେଥିରେ ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭେ କଅଣ ଏହି ସମସ୍ତ ବୃହତ୍ ପ୍ରାସାଦ ଦେଖୁଅଛ? ଏକ ପ୍ରସ୍ତର ଅନ୍ୟ ପ୍ରସ୍ତର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍‍ ହେବ।”