ଡିମ୍ବିରିବୃକ୍ଷରୁ ଶିକ୍ଷା
(ମାଥିଉ 24:32-35; ଲୂକ 21:29-33)
28“ଡିମ୍ବିରିବୃକ୍ଷରୁ ଦୃଷ୍ଟାନ୍ତ ଶିକ୍ଷା କର; ଯେତେବେଳେ ତାହାର ଶାଖା ସରସ ହୋଇ ପଲ୍ଲବିତ ହୁଏ, ସେତେବେଳେ ଗ୍ରୀଷ୍ମକାଳ ସନ୍ନିକଟ ବୋଲି ତୁମ୍ଭେମାନେ ଜାଣିଥାଅ; 29ସେହିପରି ତୁମ୍ଭେମାନେ ମଧ୍ୟ ଏହି ସମସ୍ତ ଘଟଣା ଦେଖିଲେ ସେ ଦ୍ୱାରରେ ସନ୍ନିକଟ, ଏହା ଜାଣ। 30ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପିଢ଼ି କୌଣସି ପ୍ରକାରେ ଲୋପ ପାଇବ ନାହିଁ। 31ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ।”


