ଯୀଶୁଙ୍କ ବିରୁଦ୍ଧରେ ଚକ୍ରାନ୍ତ
(ମାଥିଉ 26:1-5; ଲୂକ 22:1,2; ଯୋହନ 11:45-53)
1ନିସ୍ତାର ପର୍ବ ଓ ଖମୀରଶୂନ୍ୟ ରୁଟିର ପର୍ବ ପଡ଼ିବାକୁ ଦୁଇ ଦିନ ଥିଲା। ସେହି ସମୟରେ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ କିପରି ଯୀଶୁଙ୍କୁ ଛଳରେ ଧରି ବଧ କରିପାରନ୍ତି, ସେଥିର ଉପାୟ ଖୋଜୁଥିଲେ। 2କାରଣ ସେମାନେ କହିଲେ, ପର୍ବ ସମୟରେ ନୁହେଁ, କାଳେ ଲୋକଙ୍କ ମଧ୍ୟରେ ଗଣ୍ଡଗୋଳ ହେବ।


