ପ୍ରଭୁଭୋଜ ବିଧି ସ୍ଥାପନ

(ମାଥିଉ 26:26-30; ଲୂକ 22:14-20; ୧ କରିନ୍ଥୀୟ 11:23-25)

22ସେମାନେ ଭୋଜନ କରୁଥିବା ସମୟରେ ଯୀଶୁ ରୁଟି ଘେନି ଆଶୀର୍ବାଦ କଲେ ଓ ତାହା ଭାଙ୍ଗି ସେମାନଙ୍କୁ ଦେଇ କହିଲେ, “ନିଅ, ଏହା ମୋହର ଶରୀର।” 23ପୁଣି, ସେ ପାନପାତ୍ର ଘେନି ଧନ୍ୟବାଦ ଦେଇ ଶିଷ୍ୟମାନଙ୍କୁ ଦେଲେ ଓ ସମସ୍ତେ ସେଥିରୁ ପାନ କଲେ। 24ଆଉ, ଯୀଶୁ ସେମାନଙ୍କୁ କହିଲେ, “ଯେଉଁ ନିୟମର ରକ୍ତ ଅନେକଙ୍କ ନିମନ୍ତେ ଢାଳି ଦିଆଯାଏ, ଏ ମୋହର ସେହି ରକ୍ତ। 25ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଦିନ ମୁଁ ଈଶ୍ବରଙ୍କ ରାଜ୍ୟରେ ନୂଆ କରି ଦ୍ରାକ୍ଷାଫଳର ରସ ପାନ କରିବି, ସେହି ଦିନ ପର୍ଯ୍ୟନ୍ତ ଏହା ଆଉ କେବେ ହେଁ ପାନ କରିବି ନାହିଁ।” 26ପୁଣି, ସେମାନେ ସ୍ତବଗାନ କଲା ଉତ୍ତାରେ ଜୀତପର୍ବତକୁ ବାହାରିଗଲେ।