ଯୀଶୁଙ୍କ ପ୍ରତି ପରିହାସ

(ମାଥିଉ 27:27-31; ଯୋହନ 19:2,3)

16ସେଥିରେ ସୈନ୍ୟମାନେ ତାହାଙ୍କୁ ପ୍ରାଙ୍ଗଣ, ଅର୍ଥାତ୍‍ ପ୍ରାସାଦ ଭିତରକୁ ଘେନିଯାଇ ସମସ୍ତ ସୈନ୍ୟଦଳକୁ ଡାକି ଏକତ୍ର କଲେ। 17ସେମାନେ ତାହାଙ୍କୁ କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର ପିନ୍ଧାଇଲେ ଓ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ; 18ଆଉ, ହେ ଯିହୁଦୀମାନଙ୍କ ରାଜା, ନମସ୍କାର, ଏହା କହି ତାହାଙ୍କର ବନ୍ଦନା କରିବାକୁ ଲାଗିଲେ। 19ପୁଣି, ସେମାନେ ଗୋଟିଏ ନଳ ଘେନି ତାହାଙ୍କ ମୁଣ୍ଡରେ ଆଘାତ କଲେ, ଆଉ ଆଣ୍ଠୁ ମାଡ଼ି ପ୍ରଣାମ କରିବାକୁ ଲାଗିଲେ। 20ସେମାନେ ତାହାଙ୍କୁ ପରିହାସ କଲା ଉତ୍ତାରେ ସେହି କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର କାଢ଼ିନେଇ ତାହାଙ୍କର ନିଜ ବସ୍ତ୍ର ପିନ୍ଧାଇଲେ। ପୁଣି, ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇବା ନିମନ୍ତେ ବାହାରକୁ ଘେନିଗଲେ।